Posted inUncategorized

ତ୍ୱଚା ଲାଗି ବରଦାନ ଅଣ୍ଡା

ଅଣ୍ଡାରେ ଭରି ରହିଥିବା ପୋଷକତତ୍ତ୍ୱ ସ୍ବାସ୍ଥ୍ୟ ପାଇଁ ଉପକାରୀ ହେବା ସହ ଏଥିରେ ଥିବା ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଗୁଣ ତ୍ୱଚା ଲାଗି ମଧ୍ୟ ବରଦାନ ସଦୃଶ। ତେଣୁ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ କିପରି ଏହାକୁ ବ୍ୟବହାର କରିବେ ସେ ସମ୍ପର୍କରେ…

କେଶକୁ ସୁନ୍ଦର ଏବଂ ମଜଭୁତ କରିବା ଲାଗି ଅଣ୍ଡା ପ୍ୟାକ୍‌ ସବୁଠୁ ବେଷ୍ଟ। ଏଥିପାଇଁ ଗୋଟିଏ ଅଣ୍ଡାର କେଶର ସହ ଏକ ଚାମଚ ଲେଖାଏ ଆଲମଣ୍ଡ ଅଏଲ, ମହୁ ଏବଂ ଦହି ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରି ଲଗାନ୍ତୁ। ଏହାକୁ ଲଗାଇ ୩୦ ମିନିଟ୍‌ ରଖିବା ପରେ କେଶ ଧୋଇ ଦିଅନ୍ତୁ। ମାସକୁ ୨-୩ ଥର ଏପରି କରନ୍ତୁ, ଉପକୃତ ହେବେ।
ତ୍ୱଚାରୁ ଦାଗ ସମସ୍ୟା ଦୂର କରି ଏହାର ସୌନ୍ଦର୍ଯ୍ୟ ବୃଦ୍ଧି କରିବା ଲାଗି ଅଣ୍ଡାର ଧଳା ଅଂଶରେ ମହୁ ଏବଂ ଅଲିଭ ଅଏଲ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରି ଲଗାନ୍ତୁ। ୧୫ମିନିଟ୍‌ ରଖିବା ପରେ ପାଣିରେ ଭଲ ଭାବେ ଧୋଇ ଦିଅନ୍ତୁ।
ଅଣ୍ଡାର ଧଳା ଅଂଶରେ ଅଳ୍ପ ମହୁ ମିଶାଇ ମୁହଁରେ ଲଗାନ୍ତୁ। ୧୦-୧୫ମିନିଟ୍‌ ରଖିବା ପରେ ପାଣିରେ ଧୋଇ ଦିଅନ୍ତୁ। ଏହି ପ୍ୟାକ୍‌ ମୁହଁରେ ଥିବା ରିଙ୍କ୍‌ଲ୍‌ ମାର୍କ ଏବଂ ଏଜ୍‌ ଲାଇନ୍‌ ଦୂର କରି ତ୍ୱଚାକୁ ଟାଇଟ୍‌ କରିବା ସହ ଆକର୍ଷଣୀୟ ୟଙ୍ଗର ଲୁକ୍‌ ଦେବ।
ଡାର୍କ ସ୍କିନ୍‌ଟୋନ୍‌କୁ ଲାଇଟ୍‌ କରିବା ପାଇଁ ଏଣୁ ତେଣୁ କ୍ରିମ୍‌ ଲଗାଇବା ଏବଂ ବ୍ୟୁଟି ଟ୍ରିଟ୍‌ମେଣ୍ଟ କରିବାରେ ଖର୍ଚ୍ଚାନ୍ତ ହେଉଛନ୍ତି କି? ଯଦି ହଁ ତେବେ ଆପଣ ଖୁବ୍‌ କମ୍‌ ଖର୍ଚ୍ଚରେ ଘରୋଇ ଉପାୟରେ ନିଜ ସମସ୍ୟାର ସମାଧାନ କରିପାରିବେ। ଖଣ୍ଡେ ପାଚିଲା କଖାରୁକୁ ଗ୍ରାଇଣ୍ଡିଂ କରି ସେଥିରେ ଅଣ୍ଡା, କ୍ଷୀର ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ପ୍ରତିଦିନ ଏହାକୁ ଲଗାନ୍ତୁ, ଖୁବ୍‌ କମ୍‌ ଦିନ ମଧ୍ୟରେ ତ୍ୱଚାର ରଙ୍ଗରେ ପରିବର୍ତ୍ତନ ଜାଣିପାରିବେ।
ଅଣ୍ଡା କେଶର ସହିତ ଲେମ୍ବୁ ରସ ମିଶାଇ କେଶ ମୂଳରୁ ଶେଷ ପର୍ଯ୍ୟନ୍ତ ଭଲ ଭାବେ ଲଗାଇ ୩୦ ମିନିଟ ରଖିବା ପରେ ଧୋଇଦିଅନ୍ତୁ। ଏହା ଆପଣଙ୍କ କେଶକୁ ପ୍ରାକୃତିକ ଉପାୟରେ କଣ୍ଡିଶନିଂ କରିବାରେ ସାହାଯ୍ୟ କରିବ।
ଗୋଟିଏ ଅଣ୍ଡା, ପାଚିଲା କଦଳୀ, ୫ ଚାମଚ ରୋଜ୍‌ ଅଏଲ ଏବଂ ଏକ ଚାମଚ ସୂର୍ଯ୍ୟମୁଖୀ ତେଲକୁ ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ ଲଗାଇବା ଦ୍ୱାରା ରୁକ୍ଷ ହେବା, ଫାଟିବା, ଝଡ଼ିବା ଭଳି କେଶର ବିଭିନ୍ନ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

CSK ବିପକ୍ଷ ମ୍ୟାଚ୍‌ବେଳେ କାନ୍ଦି ପକାଇଲେ ରବିନ୍ଦ୍ର ଜାଡେଜା: ପଛରେ ରହିଛି ଏମିତି କାରଣ…

ନୂଆଦିଲ୍ଲୀ,୩୧।୩: ଭାରତୀୟ ଷ୍ଟାର କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ IPL ୨୦୨୬ ନାଟକୀୟ ଭାବରେ ବଦଳି ଯାଇଛି। ଯେଉଁ ଦଳ ପାଇଁ ସେ ପୂର୍ବ ସିଜନ ପର୍ଯ୍ୟନ୍ତ ନିଜ…

IPL 2026: ଆରମ୍ଭ ହେଲା ଟିକେଟ୍ ବୁକିଂ, ଘରେ ବସି ଏଭଳି ବୁକ୍‌ କରନ୍ତୁ , ମିଳିବ ସିଟ୍‌

ନୂଆଦିଲ୍ଲୀ,୨୯।୩: ୨୮ ମାର୍ଚ୍ଚରୁ ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ RCB ବନାମ SRH ମଧ୍ୟରେ ପ୍ରଥମ ମୁକାବିଲା ସହ ଆଇପିଏଲ୍‌ର ନୂଆ ସିଜିନ୍ ଆରମ୍ଭ ହୋଇଛି।। ଟିକେଟ୍…

୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ: ଏବେ ବି ଟୋକନ ଅପେକ୍ଷାରେ…

ଭୁବନେଶ୍ୱର,୨୫।୩: ରାଜ୍ୟରେ ୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ। ଏବେ ବି ୧ ଲକ୍ଷ ୬୩ ହଜାର ଚାଷୀ ୭ ଦିନ ପରେ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଜାରି ହେଲା ନୂଆ ସିଡ୍ୟୁଲ, ଜାଣନ୍ତୁ ରୋହିତ ବିରାଟ ଖେଳିବେ କେତୋଟ ମ୍ୟାଚ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ଅପେକ୍ଷା ଶେଷରେ ଶେଷ ହେବାକୁ ଯାଉଛି, ଟୁର୍ଣ୍ଣାମେଣ୍ଟ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚ…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri