ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ ଓ ପରେ ତରଭା ସହରରେ କେତେଜଣ ଯୁବକ ବିଧାୟକ ବସିଥିବା କାର୍‌କୁ ଲକ୍ଷ୍ୟ କରି ଅଣ୍ଡାମାଡ଼ କରିଛନ୍ତି।
ସୂଚନା ଅନୁଯାୟୀ, ଅପରାହ୍ନରେ ବିଧାୟକ ତରଭା ବ୍ଲକ ରାଣୀସର୍ଡା ପଞ୍ଚାୟତର ଅର୍ଡା ଗ୍ରାମକୁ ଯାଇଥିଲେ। ସେଠାରେ ବୈଠକ ସାରି ଫେରିବା ସମୟରେ ଦେଉଳପଦର ଛକରେ କେତେଜଣ ଯୁବକ ତାଙ୍କ କାର୍‌ ଉପରକୁ ଅଣ୍ଡାମାଡ଼ କରିଥିଲେ। ବିଧାୟକ ସେଠାରୁ ଠକପାଲିସ୍ଥିତ ତାଙ୍କ ଫାର୍ମ ହାଉସକୁ ଯାଇଥିଲେ। ଡ୍ରାଇଭର କାର ଧୋଇବା ପରେ ବିଧାୟକ ପୁଣି ତରଭା ବ୍ଲକର କମସରା ଅଭିମୁଖେ ବାହାରିଥିଲେ। ତରଭା ସହରକୁ ପ୍ରବେଶ ସମୟରେ ପୁରୁଣା ବ୍ରିଜ୍‌ ନିକଟରେ ୫ରୁ ୬ଜଣ ଯୁବକ ବିଧାୟକଙ୍କ କାରକୁ ଲକ୍ଷ୍ୟ କରି ପୁଣି ଅଣ୍ଡାମାଡ଼ କରିଥିଲେ। ଫଳରେ ବିଧାୟକ କମସରା ନ ଯାଇ ପୁଣି ତାଙ୍କ ଫାର୍ମ ହାଉସକୁ ଫେରି ଯାଇଥିଲେ। ତେବେ ଏ ସମ୍ପର୍କରେ ତାଙ୍କ ନିକଟରେ କୌଣସି ସୂଚନା କିମ୍ବା ଅଭିଯୋଗ ନ ଥିବା ତରଭା ଥାନା ଆଇଆଇସି ଡୋଲାମଣି ନାଏକ କହିଛନ୍ତି। ଅନ୍ୟପକ୍ଷେ ତରଭା ସହରରେ ଭାଜପା କାର୍ଯ୍ୟାଳୟ ସମ୍ମୁଖରେ ବିଧାୟକଙ୍କ କାର ଉପରକୁ ଅଣ୍ଡାମାଡ଼ ଘଟଣାକୁ ନେଇ ନାନା ଚର୍ଚ୍ଚା ହେଉଛି। ଘଟଣା ପରେ ବିଧାୟକଙ୍କ ମୋବାଇଲ ସୁଇଚ୍‌ ଅଫ ଥିବାରୁ ତାଙ୍କର ପ୍ରତିକ୍ରିୟା ମିଳିପାରିନି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?