ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ ଭାଜପା କର୍ମୀ ବିଧାୟକଙ୍କୁ ବିରୋଧ କରି ସ୍ଲୋଗାନ୍‌ ଦେବା ସହ ତାଙ୍କ ଗାଡ଼ିକୁ ଅଣ୍ଡା ଓ ପାଣି ବୋତଲ ମାଡ଼ କରିଥିଲେ। ଏପରିକି ଠେଙ୍ଗା ଧରି ବିରୋଧ କରିଥିଲେ। ଏନେଇ ଘଟଣା ସ୍ଥଳରେ ପ୍ରବଳ ଉତ୍ତେଜନା ସୃଷ୍ଟି ହୋଇଥିଲା। ପୋଲିସ ଉପସ୍ଥିତିରେ ଏ ସମସ୍ତ ଘଟଣା ଘଟିଥିବାରୁ ବିଜେଡି କର୍ମୀମାନେ ପୋଲିସର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି। ଏଥିସହ ସେମାନେ ମୁଖ୍ୟମନ୍ତ୍ରୀ, ପୋଲିସ ପ୍ରଶାସନ ବିରୋଧରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସ୍ଲୋଗାନ୍‌ ଦେଇଥିଲେ। ଏହି ଘଟଣା ତିଗିରିଆରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।
ତିଗିରିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ହେଉଥିବା ବୈଠକରେ ଯୋଗଦେବାକୁ ବିଧାୟକ ସ୍ବାଇଁ ନିଜ ସମର୍ଥକଙ୍କ ସହ ନୂଆ ସଡ଼କ ଛକରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟକୁ ଆସୁଥିଲେ। ପାଞ୍ଚଗାଁ ହନୁମାନ ମନ୍ଦିର ନିକଟରେ ପୂର୍ବରୁ ପ୍ରସ୍ତୁତ ଥିବା କେତେଜଣ ଯୁବକ ହାତରେ ରାଜା ମିଆଁ ପୋଷ୍ଟର ଧରି ବିଭିନ୍ନ ସ୍ଲୋଗାନ୍‌ ଦେବାସହ ବିଧାୟକଙ୍କ ଗାଡିକୁ ବୋତଲ ଓ ଅଣ୍ଡାମାଡ଼ କରିଥିଲେ। ତିଗିରିଆ ଆଇଆଇସି ରମାକାନ୍ତ ନାୟକ ପହଞ୍ଚତ୍ ବିଧାୟକଙ୍କୁ ଉକ୍ତ ସ୍ଥାନରୁ ସୁରକ୍ଷିତ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟକୁ ନେଇଥିଲେ। ଘଟଣାରେ ଉତ୍ତ୍ୟକ୍ତ ବିଜେଡି କର୍ମୀ ଏସ୍‌ଡିପିଓ ବିଶ୍ୱଜିତ ମହାନ୍ତିଙ୍କ ସହ ଆଲୋଚନା କରିବା ବେଳେ କିଛିଟା ଉଚ୍ଚବାଚ ହୋଇଥିଲା। ପରେ ବିଜେଡି କର୍ମୀମାନେ ମୁଖ୍ୟମନ୍ତ୍ରୀ, ଭାଜପା ସରକାର ଓ ପୋଲିସ ପ୍ରଶାସନ ବିରୋଧରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସ୍ଲୋଗାନ୍‌ ଦେଇଥିଲେ। ଏସ୍‌ଡିପିଓ ମହାନ୍ତି ସେଠାରେ ପହଞ୍ଚତ୍ ବିଜେଡି କର୍ମୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏ ନେଇ ସ୍ଥାନୀୟ ବିଜେଡି କର୍ମୀ ଚିନ୍ମୟ ସେଠ ତିଗିରିଆ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ସେ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଭାଜପା କର୍ମୀ ବିଧାୟକଙ୍କ ଗାଡିକୁ ଏସିଡ୍‌ ଓ ଅଣ୍ଡା ମାଡ଼ କରିଥିଲେ। ସୌଭାଗ୍ୟବଶତଃ ବିଧାୟକ ରକ୍ଷାପାଇଯାଇଥିଲେ। ଏହି ଘଟଣାକୁ ଚିନ୍ମୟ ବିରୋଧ କରିବାରୁ ଭାଜପା କର୍ମୀମାନେ ତାଙ୍କୁ ମଧ୍ୟ ଜାତିଆଣ ଆକ୍ଷେପ କରି ଗାଳିଗୁଲଜ କରିବା ସହ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ତିଗିରିଆ ଥାନାରେ ମାମଲା (ନଂ. ୧୫୪/୨୬) ରୁଜୁ ହୋଇଥିବା ଆଇଆଇସି ନାୟକ କହିଛନ୍ତି।
ସାରେ ବିଜେଡି ପକ୍ଷରୁ ତିଗିରିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ସାରାଣୀ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଜିଲା ଗ୍ରାମାଞ୍ଚଳ ଏସ୍‌ପି ବିନିତ ଅଗ୍ରୱାଲଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଉପରୋକ୍ତ ଏତଲାର ନକଲ ପ୍ରଦାନ କରିଥିଲେ। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଏସ୍‌ପି ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ଟାଙ୍ଗୀ ବ୍ଲକରେ ଅରିନ୍ଦମଙ୍କ ଘଟଣାକୁ କେନ୍ଦ୍ରକରି ଏପରି ଆକ୍ରମଣ ହୋଇଥିବା ଚର୍ଚ୍ଚା ହେଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri