ମଧ୍ୟାହ୍ନଭୋଜନରେ ଅଣ୍ଡା ମିଳୁନି, କମୁଛନ୍ତିି ପିଲା

ଦଶମନ୍ତପୁର,୧୨ା୮(ଡି.ଏନ.ଏ.):ନିୟମିତ ଭାବେ ବିଦ୍ୟାଳୟ ଆସୁନାହାନ୍ତି ଶିକ୍ଷକ। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ଦେବା ଲାଗି ପ୍ରଦାନ କରାଯାଉଥିବା ଅଣ୍ଡା ହଡ଼ପ କରାଯାଉଥିବାରୁ ବିଦ୍ୟାଳୟ ଆସିବା ପ୍ରତି ସେମାନଙ୍କ ଆଗ୍ରହ କମିଯାଉଛି। ଫଳରେ ପିଲାଙ୍କ ଭବିଷ୍ୟତ ଅନ୍ଧାରମୁହଁା ହେଉଛି। ଶିକ୍ଷୟିତ୍ରୀଶିକ୍ଷକମାନେ ପିଲାଙ୍କୁ ବିଦ୍ୟାଳୟରେ ଶିକ୍ଷାଦାନ ପରିବର୍ତ୍ତେ ବିଭିନ୍ନ ଆଳ ଦେଖାଇ ଏଥିରୁ ଦୂରେଇ ରହୁଛନ୍ତି। ଏଭଳି ଅଭିଯୋଗ ଆସିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରୁ। ଏହି ବ୍ଲକର ପିଣ୍ଡାପଦର ପଞ୍ଚାୟତ ହରିଡା ଗ୍ରାମବାସୀ ଏପରି ଅଭିଯୋଗ ଆଣିଛନ୍ତି। ଏହି ଗ୍ରାମରେ ୨୦୦୩ରେ ସ୍ଥାପିତ ପ୍ରାଥମିକ ବିଦ୍ୟାଳୟରେ ୭୦ ଜଣ ଛାତ୍ରୀଛାତ୍ର ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପାଠ ପଢନ୍ତିି। ସେମାନଙ୍କୁ ଶିକ୍ଷାଦାନ ପାଇଁ ଦୁଇ୨ ଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି। ମାତ୍ର ଏହି ଶିକ୍ଷକମାନେ ନିୟମିତ ବିଦ୍ୟାଳୟ ଆସୁନାହାନ୍ତି। ପିଲାଙ୍କୁ ମଧ୍ୟାହ୍ନଭୋଜନରେ ପୁଷ୍ଟିକର ଖାଦ୍ୟ ରୂପେ ସପ୍ତାହକୁ ୩ ଦିନ ଅଣ୍ଡା ତରକାରି ଓ ଭାତ ଦେବା ନିୟମ ଥିବା ବେଳେ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ଅଣ୍ଡା ମିଳୁ ନ ଥିବା କେତେଜଣ ଛାତ୍ରୀଛାତ୍ର ପ୍ରକାଶ କରିଛନ୍ତି। ଏନେଇ ବିଦ୍ୟାଳୟ ଶିକ୍ଷକଙ୍କୁ ପଚାରିବାକୁ ଯାଇଥିବା ବେଳେ ମଧ୍ୟାହ୍ନ ଗୋଟାଏରୁ ବିଦ୍ୟାଳୟରେ ତାଲା ପକାଇ ଶିକ୍ଷକମାନେ ଚାଲିଯାଇଥିବା ଦେଖିବାକୁ ମିଳିଥିଲା। ଏ ନେଇ ବିଦ୍ୟାଳୟ ପାଚିକା ପୂର୍ଣ୍ଣିମା ପାଇକଙ୍କୁ ପଚାରିବାରୁ ସେ ବିଦ୍ୟାଳୟରେ ପିଲାଙ୍କୁ ନିୟମିତ ଅଣ୍ଡା ମିଳୁ ନ ଥିବା ଅଭିଯୋଗକୁ ସ୍ବୀକାର କରି ଦୋକାନରେ ଅଣ୍ଡା ନ ଥିବାରୁ ଦେଇ ହୋଇନାହିଁ ବୋଲି କହିଥିଲେ। ଏସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ଦୟାସିନ୍ଧୁ ବାଘଙ୍କୁ ପଚାରିବାରୁ ସେ କହିଲେ, ୧୦ରୁ ୪ଟା ପର୍ଯ୍ୟନ୍ତ ଶିକ୍ଷକମାନେ ବିଦ୍ୟାଳୟରେ ରହିବା କଥା। କାହିଁକି ଆଜି ବନ୍ଦ କରାଯାଇଛି ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri