Posted inଜାତୀୟ

ରାଜ୍ୟପାଳ ଆଣିଲେ ଅଭିଯୋଗ: ମିଛ କହୁଛନ୍ତି ଦିଦି

କୋଲକତା,୧।୬: ପଶ୍ଚିମବଙ୍ଗ ରାଜନୀତିରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହଁି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ହୋଇଥିବା ବାତ୍ୟା ବୈଠକରେ ଯୋଗ ଦେଇ ନ ଥିବାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦୂରତା ଆହୁରି ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ମମତା ନାଁରେ ମିଥ୍ୟା ଅଭିଯୋଗ ଆଣିଛନ୍ତି ଏବଂ ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏହି ସଭାରେ ଯୋଗଦେବେ ନାହିଁ ବୋଲି ପୂର୍ବରୁ ସଙ୍କେତ ଦେଇସାରିଥିଲେ। ମଙ୍ଗଳବାର ଜଗଦୀପ ଧନଖର ଟୁଇଟ୍‌ କରି ଦାବି କରିଛନ୍ତି ଯେ, ମେ ୨୮ ବୈଠକ ପୂର୍ବ ଦିନ ରାତିରେ ମମତା ବାନାର୍ଜୀ ତାଙ୍କୁ ମେସେଜ କରି କହିଥିଲେ ଯେ, ଯଦି ଏହି ବୈଠକରେ ଶୁଭେନ୍ଦୁ ଅଧିକାରୀ ଉପସ୍ଥିତ ରହିବେ, ତା’ହେଲେ ସେ ଏହି ବୈଠକକୁ ସେ ବୟକଟ୍‌ କରିବେ। ଜନସେବା ଉପରେ ଅହଂକାର ଭାରୀ ପଡିଛି ବୋଲି ରାଜ୍ୟପାଳ ଟୁଇଟ୍‌ ଯୋଗେ ମମତାଙ୍କୁ ଟାର୍ଗେଟ କରିଛନ୍ତି।
ନିକଟରେ ବାତ୍ୟା ୟାସର କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଯାଇଥିଲେ। ତେବେ ମୋଦିଙ୍କ ସମୀକ୍ଷା ବୈଠକରେ ବିରୋଧୀ ଦଳର ବିଧାୟକମାନେ ଯୋଗଦେଇଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ମୁଖ୍ୟ ଶାସନ ସଚିବ ଅଲପନ ଏଥିରେ ଯୋଗ ଦେଇ ନଥିଲେ। ସେମାନେ କେବଳ ମୋଦିଙ୍କୁ କ୍ଷୟକ୍ଷତି ରିପୋର୍ଟ ଧରାଇ ଦେଇ ଦିଘାକୁ କ୍ଷୟକ୍ଷତି ଆକଳନ କରିବାକୁ ଚାଲି ଯାଇଥିଲେ। ଏହାକୁ ନେଇ ବିବାଦ ଦେଖାଯାଇଥିଲା।

https://twitter.com/jdhankhar1/status/1399444722742136835


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?