ମିଶର ଚର୍ଚ୍ଚରେ ଭୟଙ୍କର ଅଗ୍ନୀକାଣ୍ଡ, ଅତିକମରେ ୪୧ ମୃତ

ମିଶର,୧୪ ।୮: ଇଜିପ୍ଟର ମିଶରରେ ଥିବା ଏକ ଚର୍ଚ୍ଚରେ ନିଆଁ ଲାଗିଯିବା ଫଳରେ ସେଠାରେ ଉପସ୍ଥିତ ଲୋକେ ଏଣେତେଣେ ଦୌଡିବା ସହ ଭୟଭୀତ ହୋଇଯାଇଛନ୍ତି । ଏହି ଘଟଣାରେ ୪୧ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ମିଶରର କଂଟିକ୍ଟ ଚର୍ଚ୍ଚ ପକ୍ଷରୁ କୁହାଯାଇଛି, କାହିରାର ଏକ ଚର୍ଚ୍ଚରେ ନିଆଁ ଲାଗିଯିବା ଫଲରେ ୪୧ ଜଣଙ୍କ ମୃତ୍ୟୁ ହେବା ସହ ୧୪ ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।

ଇମ୍ବାବାର ଧନୀ ଅଞ୍ଚଳରେ ଅବୁ ସେଫିନ ଚର୍ଚ୍ଚରେ ଏହି ନିଆଁ ଲାଗିଛି । ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନାହିଁ । ତେବେ ପ୍ରାଥମିକ ତଦନ୍ତରୁ ବିଜୁଳି ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ରବିବାର ସକାଳେ ଯେତେବେଳେ ସଭା ଚାଲିଥିଲା ସେହି ସମୟରେ ନିଆଁ ଲାଗି ଯାଇଥିଲା । ନିଆଁକୁ ଆୟତ୍ତ କରିବାକୁ ୧୫ ଦମକଳ ଗାଡି ପହଞ୍ଚିବା ସହ ଆମ୍ବୁଲାନ୍ସ ଯୋଗେ ଆହତଙ୍କୁ ହସ୍ପିଟାଲ ନିଆଯାଇଥିଲା । କିଛି ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିବା ପ୍ରକାଶ କରାଗଲା । ଏହି ଘଟଣା ପରେ ରାଷ୍ଟ୍ରପତି ଚର୍ଚ୍ଚର ପୋପଙ୍କ ସହ କଥା ହୋଇ ସମବେଦନା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri