Posted inଜାତୀୟ

ଭାରତରେ ଇଜିପ୍ଟ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫ା୧: ଇଜିପ୍ଟ ରାଷ୍ଟ୍ରପତି ଅବ୍‌ଦେଲ ଫତ୍ତହ ଏଲ୍‌-ସିସି ମଙ୍ଗଳବାର ୩ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ନୂଆଦିଲ୍ଲୀ ଏୟାରପୋର୍ଟରେ ତାଙ୍କୁ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂ ଭବ୍ୟ ସ୍ବାଗତ କରିଥିଲେ। ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଯୋଗଦେବାକୁ ଥିବା ୬୮ ବର୍ଷୀୟ ଆରବ ନେତା ଏଲ୍‌-ସିସି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପ୍ରଧାନମନ୍ତ୍ରୀ ତାଙ୍କୁ ସ୍ବାଗତ କରି ଟୁଇଟ୍‌ କରିଛନ୍ତି। ଦୁଇନେତାଙ୍କ ମଧ୍ୟରେ ସାକ୍ଷାତ ବେଳେ ପ୍ରତିରକ୍ଷା ଓ ସୁରକ୍ଷା ସହଯୋଗ, କୃଷି, ଆଇଟି ସମେତ ୬ଟି କ୍ଷେତ୍ରରେ ଚୁକ୍ତି ସ୍ବାକ୍ଷର ହେବା ନେଇ ଆଶା କରାଯାଉଛି। ଏଲ୍‌-ସିସିଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଆସିଛନ୍ତି। ଏହା ପୂର୍ବରୁ ୨୦୧୫ ଅକ୍ଟୋବରରେ ଏଲ୍‌-ସିସି ଭାରତ-ଆଫ୍ରିକା ଫୋରମ୍‌ ସମିଟ୍‌ରେ ଯୋଗଦେବା ପାଇଁ ଆସିଥିଲେ। ତେବେ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାରେ ସେ ହେଉଛନ୍ତି ଇଜିପ୍ଟର ପ୍ରଥମ ରାଷ୍ଟ୍ରପତି। ପ୍ରକାଶ ଯେ ୨୦୨୧-୨୨ରେ ଭାରତ-ଇଜିପ୍ଟ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ କାରବାର ୭.୨୬ ବିଲିୟନ୍‌ ଡଲାରରେ ପହଞ୍ଚତ୍ଥିଲା, ଯାହାକି ଏକ ସର୍ବକାଳୀନ ରେକର୍ଡ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଇଜିପ୍ଟ ରାଷ୍ଟ୍ରପତିଙ୍କ ଏହି ଗସ୍ତ ଫଳରେ ଦୁଇଦେଶ ମଧ୍ୟରେ ଥିବା ସମ୍ପର୍କ ଆହୁରି ମଜଭୁତ ହେବ ବୋଲି ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗ୍‌ଚୀ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri