Posted inଜାତୀୟ

ଭାରତରେ ଇଜିପ୍ଟ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫ା୧: ଇଜିପ୍ଟ ରାଷ୍ଟ୍ରପତି ଅବ୍‌ଦେଲ ଫତ୍ତହ ଏଲ୍‌-ସିସି ମଙ୍ଗଳବାର ୩ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ନୂଆଦିଲ୍ଲୀ ଏୟାରପୋର୍ଟରେ ତାଙ୍କୁ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂ ଭବ୍ୟ ସ୍ବାଗତ କରିଥିଲେ। ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଯୋଗଦେବାକୁ ଥିବା ୬୮ ବର୍ଷୀୟ ଆରବ ନେତା ଏଲ୍‌-ସିସି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପ୍ରଧାନମନ୍ତ୍ରୀ ତାଙ୍କୁ ସ୍ବାଗତ କରି ଟୁଇଟ୍‌ କରିଛନ୍ତି। ଦୁଇନେତାଙ୍କ ମଧ୍ୟରେ ସାକ୍ଷାତ ବେଳେ ପ୍ରତିରକ୍ଷା ଓ ସୁରକ୍ଷା ସହଯୋଗ, କୃଷି, ଆଇଟି ସମେତ ୬ଟି କ୍ଷେତ୍ରରେ ଚୁକ୍ତି ସ୍ବାକ୍ଷର ହେବା ନେଇ ଆଶା କରାଯାଉଛି। ଏଲ୍‌-ସିସିଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଆସିଛନ୍ତି। ଏହା ପୂର୍ବରୁ ୨୦୧୫ ଅକ୍ଟୋବରରେ ଏଲ୍‌-ସିସି ଭାରତ-ଆଫ୍ରିକା ଫୋରମ୍‌ ସମିଟ୍‌ରେ ଯୋଗଦେବା ପାଇଁ ଆସିଥିଲେ। ତେବେ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାରେ ସେ ହେଉଛନ୍ତି ଇଜିପ୍ଟର ପ୍ରଥମ ରାଷ୍ଟ୍ରପତି। ପ୍ରକାଶ ଯେ ୨୦୨୧-୨୨ରେ ଭାରତ-ଇଜିପ୍ଟ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ କାରବାର ୭.୨୬ ବିଲିୟନ୍‌ ଡଲାରରେ ପହଞ୍ଚତ୍ଥିଲା, ଯାହାକି ଏକ ସର୍ବକାଳୀନ ରେକର୍ଡ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଇଜିପ୍ଟ ରାଷ୍ଟ୍ରପତିଙ୍କ ଏହି ଗସ୍ତ ଫଳରେ ଦୁଇଦେଶ ମଧ୍ୟରେ ଥିବା ସମ୍ପର୍କ ଆହୁରି ମଜଭୁତ ହେବ ବୋଲି ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗ୍‌ଚୀ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri