Posted inଖେଳ

ପାଟନରଶିପ୍‌ ତାଏକୋଣ୍ଡୋରେ ଯୋଗଦେବେ ଏହେସାସ

ଅମରପାଲି,୨୮ା୮(ପୀତାମ୍ବର ସାହୁ): ପ୍ରଥମ ଓଡ଼ିଆ ଭାବେ ଦକ୍ଷିଣ କୋରିଆରେ ହେବାକୁ ଥିବା ପାଟନରଶିପ୍‌ ତାଏକୋଣ୍ଡୋ ପ୍ରୋଗ୍ରାମରେ ଅଂଶଗ୍ରହଣ କରିବେ ଓଡ଼ିଶା ବୀରମହାରାଜପୁର ମାଟିର ପୁଅ ଏହେସାସ ହୋତା । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଅମୁଲ୍ୟମଣୀ ରାଣୀପୁର ଗ୍ରାମର ଆନ୍ତର୍ଜାତୀୟ ତାଇକଣ୍ଡୋ କ୍ରୀଡ଼ାବିତ ଏହେସାସ ହୋତାଙ୍କୁ ମିଳିଛି ଆଉ ଏକ ସଫଳତା । ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷଣି କୋରିଆ ତାଇକଣ୍ଡୋଓନ ମୁଜୁଠାରେ ବିଶ୍ୱ ତାଇକଣ୍ଡୋ ସଂଘ ପକ୍ଷରୁ ପାଟନରସିପ ତାଇକଣ୍ଡୋ ପ୍ରୋଗ୍ରାମ ଅନୁଷ୍ଠିତ ହେବ ।

ଏଥିରେ ବିଭିନ୍ନ ଦେଶରୁ ବଛାବଛା ତାଇକଣ୍ଡୋ କୋଚଙ୍କୁ ବିଶ୍ୱ ମାନ୍ୟତା ପ୍ରାପ୍ତ କୋଚ ଉନ୍ନତମାନର ତାଲିମ ପ୍ରଦାନ କରିବେ । କାର୍ଯ୍ୟକ୍ରମରେ ଏହେସାସ ଭାରତର ଏକମାତ୍ର ସର୍ବକନିଷ୍ଠ କୋଚ ଭାବେ ତାଲିମ ନେବାପାଇଁ ମନୋନୀତ ହୋଇଛନ୍ତି। ଏନେଇ ଏହସାସଙ୍କୁ ବିଶ୍ୱ ତାଇକଣ୍ଡୋ ମୁଖ୍ୟ କାର୍ଯ୍ୟାଳୟ ଦକ୍ଷିଣ କୋରିଆରୁ ପତ୍ର ମିଳିଛି।

ଏହେସାସ ବହୁବାର ଆନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଭାରତ ପାଇଁ ଗୌରବ ଆଣିଥିବା ବେଳେ ପୂର୍ବରୁ ଦୁଇଥର ଦକ୍ଷିଣ କୋରିଆରେ ତାଲିମ ମଧ୍ୟ ନେଇସାରିଛନ୍ତି । ଏହି ଖବର ଜଣାପଡିବା ପରେ ରାଜ୍ୟ ତାଇକଣ୍ଡୋ ସଂଘ ସମ୍ପାଦକ ମନମୋହନ ଭଞ୍ଜ, ସୁବର୍ଣ୍ଣପୁର ଜିଲା ତାଇକଣ୍ଡୋ ସଂଘ ସଭାପତି ରବୀନ୍ଦ୍ର ହୋତା, ଜିଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଜିଲା ତାଇକଣ୍ଡୋ ସଂଘର ଆଇନ ପରାମର୍ଶଦାତା ରାଧାକାନ୍ତ ବାଘଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ କ୍ରୀଡ଼ା ଅନୁଷ୍ଠାନ ପକ୍ଷରୁ ଏହେସାସଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?