ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍‌’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…

ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍‌ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍‌ ରୁପେ ପାଳନ କରନ୍ତି, ଯାହା ମୁସଲମାନଙ୍କ ଲାଗି ସବୁଠାରୁ ବଡ ପର୍ବ ଅଟେ। ଏଥିଲାଗି ମୁସଲମାନମାନେ ଏକମାସ ଧରି ଉପବାସ ବା ରୋଜା ରଖିଥାନ୍ତି । ମାସ ଶେଷ ଦିନକୁ ବଡ ଧୂମ୍‌ଧାମରେ ଇଦ୍‌ ପାଳନ କରଥାନ୍ତି। ଏହି ଅବସରରେ ଛତ୍ରପୁର ପୁତିଗୋପାଳପୁର ସ୍ଥିତ ମସଜିଦରେ ଧର୍ମଗରୁ ହାଫିସ ମହମ୍ମଦ ଜମିରଉଦ୍ଦିନଙ୍କ ତତ୍ତ୍ୱାବଧାନରେ ସକାଳେ ସମୂହ ନମାଜପାଠ କରି ଇଦ୍‌ ପାଳନ କରିଛନ୍ତି। ଏହି ଅବସରରେ ମୁସଲମାନମାନେ ପରସ୍ପରକୁ ଆଲିଙ୍ଗନ କରି ‘ଇଦ୍‌ ମୁବାରକ’ର ଅଭିବାଦନ ମଧ୍ୟ ଜଣାଇଛନ୍ତି।

ମୁସଲମାନ ସମ୍ପ୍ରଦାୟର ବିଶ୍ବାସନୁଯାୟୀ ଏହି ପବିତ୍ର ରାମଜାନ ମାସରେ ଦୀର୍ଘ ଏକ ମାସ ଧରି ରୋଜା ବା ଉପବାସ ପାଳନ କରାଯାଏ। ଏହାସହ ଗରିବ ଲୋକଙ୍କୁ ବସ୍ତ୍ର ଖାଦ୍ୟ ଓ ବିଭିନ୍ନ ଆର୍ଥିକ ସହାୟତା ମଧ୍ୟ କରାଯାଏ। ଏହା ଦ୍ବାରା ପୂଣ୍ୟ ଅର୍ଜନ ହୋଇଥାଏ ବୋଲି ମଧ୍ୟ ମୁସଲମାନ ମାନଙ୍କ ବିଶ୍ୱାସ ରହିଛି। ନମାଜ ପାଠ ପରେ କବର ସ୍ଥାନକୁ ଯାଇ ସେମାନଙ୍କ ପିତୃପୁରୁଷ କୁ ପାଖରେ ପ୍ରାର୍ଥନା କରିଥାନ୍ତି । ଏହି ଅବସରରେ ଆଫୋ ଖାନ , ଆଫତାବ୍‌ ଖାନ୍‌, ନାଜର ଖାନ, ଇଜୁ ଅମିନ ଖାନ, ଜାକିର ଖାନ , ଇସୁବ ଖାନ, ଆଇବ ଖାନ, ଜଲାଲ ଖାନ , ଅର୍ଶଲାନ ଖାନ୍‌ , ସିକନ୍ଦର ଖାନ, ସଲମାନ ଖାନ ପ୍ରମୁଖ ସମସ୍ତଙ୍କୁ ଇଦ ର ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri