ସୌଦି ଆରବରେ ଦେଖାଗଲା ଇଦ ଚାନ୍ଦ, ଜାଣନ୍ତୁ ଭାରତରେ କେବେ ପାଳନ ହେବ ଇଦ-ଉଲ-ଫିତର

ରିୟାଦ/ନୂଆଦିଲ୍ଲୀ,୨୯।୩: ସୌଦି ଆରବରେ ଶନିବାର (୨୯ ମାର୍ଚ୍ଚ, ୨୦୨୫) ଇଦର ଚାନ୍ଦ ଦେଖାଯାଇଛି। ଏବେ ଏହି ପର୍ବ ସୌଦିରେ ୩୦ମାର୍ଚ୍ଚରେ ପାଳନ କରାଯିବ। ଭାରତରେ ଇଦ ୩୧ ମାର୍ଚ୍ଚରେ ହେବ। ଚନ୍ଦ୍ର ଦେଖିବା ପରେ, ସୌଦି ଆରବ ଆନୁଷ୍ଠାନିକ ଭାବରେ ଘୋଷଣା କରିଛି ଯେ ରବିବାର ଇଦ-ଉଲ-ଫିତର ପାଳନ କରାଯିବ। ସୌଦି ଆରବରେ, ଭାରତ ଅପେକ୍ଷା ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୧ ତାରିଖରେ ରମଜାନ ଆରମ୍ଭ ହୋଇଥିଲା। ଏହି କାରଣରୁ ସୌଦି ଆରବର ଗୋଟିଏ ଦିନ ପରେ ୩୧ ମାର୍ଚ୍ଚରେ ଭାରତରେ ଇଦ ପର୍ବ ପାଳନ କରାଯିବ।

ପ୍ରତିଥର, ଭାରତର ଗୋଟିଏ ଦିନ ପୂର୍ବରୁ ସାଉଦି ଆରବରେ ଇଦ ଚାନ୍ଦ ଦେଖାଯାଏ। ତଥାପି, କେବେ ଇଦ ପାଳନ କରାଯିବ ତାହା ସମ୍ପୂର୍ଣ୍ଣ ଭାବରେ ଚନ୍ଦ୍ର ଦେଖିବା ଉପରେ ନିର୍ଭର କରେ।

ରମଜାନ ମାସ ଶେଷ ହେବା ପରେ ଦଶମ ମାସ ଶାୱାଲର ପ୍ରଥମ ତାରିଖରେ ଇଦ ପାଳନ କରାଯାଏ। ଏହି ଦିନ ଲୋକମାନେ ପରସ୍ପରକୁ ଇଦ ମୁବାରକ ଶୁଭେଚ୍ଛା ଜଣାଇଥାଆନ୍ତି, ଇଦଗାହରେ ନମାଜ ପାଠ କରାଯାଏ ଏବଂ ମିଠା ସେବା ସହିତ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ। ଇଦ-ଉଲ-ଫିତର ଦେଶର ବିଭିନ୍ନ ବଜାରରେ ଗହଳି ଏବଂ ଚହଳି ବୃଦ୍ଧି କରିଛି। ଲୋକମାନେ ବେକେରୀ, ମିଠା, ରେଡିମେଡ ପୋଷାକ ଏବଂ କ୍ରୋକରୀ ଦୋକାନରେ ଜୋରସୋରରେ କିଣାବିକା କରାଯାଏ। ବ୍ୟବସାୟୀମାନେ କୁହନ୍ତି ଯେ ବେକେରୀ ଦୋକାନଗୁଡ଼ିକରେ କ୍ରେତାଙ୍କ ଲମ୍ବା ଧାଡ଼ି ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri