ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଲେ ମୁସଲମାନ ଭଉଣୀଭାଇ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବୁଧବାର ମୁସଲମାନ ଭାଇମାନଙ୍କ ପବିତ୍ର ରମଜାନ ମାସ ଶେଷରେ ବଡ଼ ଧୂମ୍‌ଧାମରେ ଗଞ୍ଜାମ ଜିଲା ଛତ୍ରପୁର ପୁତିଗୋପାଳପୁର ମସ୍‌ଜିଦ୍‌ରେ ଧର୍ମଗୁରୁ ହାଫିସ ମହମ୍ମଦ ଜମିରଉଦ୍ଦିନଙ୍କ ତତ୍ତ୍ୱାବଧାନରେ ସମୂହ ନମାଜପାଠ କରି ଇଦ୍‌ ପାଳନ ହୋଇଯାଇଛି। ଏହି ଅବସରରେ ମୁସଲମାନ ଭଭଣୀଭାଇମାନେ ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଛନ୍ତି। ମୁସଲମାନ ସଂପ୍ରଦାୟର ବିଶ୍ବାସ ଅନୁଯାୟୀ ଏହି ପବିତ୍ର ରମଜାନ ମାସରେ ଦୀର୍ଘ ଏକ ମାସ ଧରି ରୋଜା ବା ଉପବାସ ପାଳନ କରିଥାନ୍ତି। ଏହାସହ ଗରିବ ଲୋକଙ୍କୁ ବସ୍ତ୍ର ଖାଦ୍ୟ ଓ ବିଭିନ୍ନ ଆର୍ଥିକ ସହାୟତା ମଧ୍ୟ କରିଥାନ୍ତି। ଏହା ଦ୍ବାରା ପୁଣ୍ୟ ଅର୍ଜନ ହୋଇଥାଏ ବୋଲି ମଧ୍ୟ ମୁସଲମାନମାନଙ୍କ ବିଶ୍ୱାସ ରହିଛି। ଏହି ପର୍ବ ମୁସଲମାନ ଭଭଣୀଭାଇମାନଙ୍କ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ପର୍ବ ଅଟେ। ଏହି ଅବସରରେ ଆଫୋ ଖାନ, ଆଫତାବ ଖାନ, ଇଜୁ ଅମିନ ଖାନ, ଜାକିର ଖାନ, ଇସୁବ ଖାନ, ଆଇବ ଖାନ, ଜଲାଲ ଖାନ, ଆର୍ଶଲାନ ଖାନ, ସିକନ୍ଦର ଖାନ, ସଲମାନ ଖାନ ପ୍ରମୁଖ ସମସ୍ତଙ୍କୁ ଇଦ୍‌ର ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri