ଧର୍ମାନୁଷ୍ଠାନରେ ୧୪୪ ଧାରା ବଳବତ୍ତର: କଟକଣା ମଧ୍ୟରେ ପାଳନ ହେବ ଇଦ୍‌, ଝୁଲଣ

ଭଦ୍ରକ ଅଫିସ,୨୪ା୭: ଲକ୍‌ଡାଉନ୍‌ ସ୍ଥିତିକୁ ନେଇ ଜିଲାର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନରେ ଶ୍ରାବଣ ମାସର ଶେଷ ସୋମବାର ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିଛି। ଏହି ସମୟ ମଧ୍ୟରେ ଝୁଲଣଯାତ୍ରା ପଡୁଥିବାରୁ ଏହାକୁ କଟକଣାର ସହିତ ପାଳନ କରାଯିବ। ଅନୁରୂପ ଭାବେ ଆଗାମୀ ଇଦ୍‌ ଏହି କଟକଣା ସମୟ ମଧ୍ୟରେ ପଡୁଥିବାରୁ ଏହା ମଧ୍ୟ କଟକଣା ମଧ୍ୟରେ ପାଳନ ହେବ । ଏଥି ନିମନ୍ତେ ଗୁରୁବାର ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଏକ ଶାନ୍ତି ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଛି । ଭଦ୍ରକର ମୁସ୍‌ଲିମ୍‌ ଜମାତର ମୁଖିଆ ଏବଂ ହିନ୍ଦୁ ସୁରକ୍ଷା ସମିତିର କର୍ମକର୍ତ୍ତାମାନେ ଜିଲା ପ୍ରଶାସନ ସହିତ ଆଲୋଚନା କରିଛନ୍ତି। ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାରେ ଏସ୍‌ପି ରାଜେଶ ପଣ୍ଡିତ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର (ସା), ଅତିରିକ୍ତ ଏସ୍‌ପି କୈଳାସ ଚନ୍ଦ୍ର ପରିଡ଼ା, ଉପଜିଲାପାଳ ପୀତାମ୍ବର ସାମଲ, ଚଉଦ ମହଲା ମୁସଲିମ ଜମାତର ସଭାପତି ହାଜି ମହମ୍ମଦ ଅବଦୁଲ ବାରୀ, ହିନ୍ଦୁ ସୁରକ୍ଷା ସମିତିର ପବନ ବାଗେଡିଆ, ବିଦ୍ୟାଧର ସାହୁ, ଗୋପାଳ ସାହୁ ପ୍ରମୁଖ ଭାଗ ନେଇଥିଲେ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, କୌଣସି ମନ୍ଦିର ଓ ଧର୍ମାନୁଷ୍ଠାନରେ ଧାର୍ମିକ ସଭା କିମ୍ବା ଭକ୍ତମାନଙ୍କ ଏକତ୍ର ହେବା ଉପରେ ନିଷେଧାଦେଶ ବଳବତ୍ତର ଥିବାରୁ ଜିଲା ପ୍ରଶାସନ ଏହାକୁ ପାଳନ କରିବାକୁ ଯାଇ ସମସ୍ତ ମନ୍ଦିର, ଧର୍ମାନୁଷ୍ଠାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୧୪୪ ଧାରା ଜାରି କରିଛନ୍ତି । ଯାହା ଶ୍ରାବଣମାସର ଶେଷ ସୋମବାର ପର୍ଯ୍ୟନ୍ତ ବଳବତ୍ତର ରହିଛି । ଏହି ସମୟ ମଧ୍ୟରେ ଝୁଲଣଯାତ୍ରା ପର୍ବ ପଡୁଥିବାରୁ ସାମାଜିକ ଦୂରତ୍ୱ ରକ୍ଷା କରି ପର୍ବ ପାଳନ କରିବେ। ସେହିଭଳି ବକ୍ରି ଇଦ୍‌ ଅବସରରେ ମସ୍‌ଜିଦ୍‌ରେ କେବଳ ୫ ଜଣ ଶ୍ରଦ୍ଧାଳୁ ସାମାଜିକ ଦୂରତ୍ୱ ରକ୍ଷା କରି ନମାଜ ପାଠ କରି ପାରିବେ । କୌଣସି ପରିସ୍ଥିତିରେ ସଂଖ୍ୟାଧିକ ଲୋକ ଏକତ୍ରିତ ନ ହେବା ଓ ପର୍ବକୁ ନିରାଡମ୍ବର ଭାବେ ବିଧିମତେ ପାଳନ କରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri