୮ ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସମଗ୍ର ରାଜ୍ୟରେ ଅସହ୍ୟ ଗରମ ହେବା ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବଢିବା ସମ୍ଭାବନା ରହିଛି। ତାପମାତ୍ରା ବୃଦ୍ଧି ସହ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ଅଛି। ରାଜ୍ୟରେ ତାତି ବଢି ଚାଲିଛି। ଗୁରୁବାର ରାଜ୍ୟର ୮ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧରେ ସର୍ବାଧିକ ୪୨.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୪୧.୨, ଟିଟିଲାଗଡ ୪୧.୮, ମାଲକାନଗିରି ୪୦.୨, ସୋନପୁର ୪୨.୪, ପାରଳାଖେମୁଣ୍ଡି ୪୦, ନୂଆପଡା ୪୧ ଏବଂ ସମ୍ବଲପୁରରେ ସର୍ବାଧିକ ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି କଟକରେ ୩୮ ଡିଗ୍ରୀ ଓ ଭୁବନେଶ୍ୱରରେ ୩୭ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?