ଏହା କିପରି ସ୍ବାଧିନତା: ୪ ବର୍ଷ ହେବ ଗୁମ୍ଫାରେ ରହୁଛନ୍ତି ୮ ପରିବାର

ବିଳାସପୁର,୧୫।୮: ଦେଶ ପାଳନ କରିଛି ୭୪ ତମ ସ୍ବାଧିନତା ଦିବସ। ହେଲେ ଆଜି ବି କେତେକ ସ୍ଥାନରେ ପରାଧିନତାର ଝଲକ ଦେଖିବାକୁ ମିଳୁଛି। ମଣ୍ଡି ଓ ବିଳାସପୁର ସୀମାରେ ୮ ପରିବାର ଏମିତି ଅଛନ୍ତି ଯେଉଁମାନେ ବିଗତ ପ୍ରାୟ ୪ ବର୍ଷ ହେବ ଗୁମ୍ଫାରେ ରହି ଆସୁଛନ୍ତି। କେବଳ ପୁରୁଷ ନୁହେଁ ମହିଳା, ଶିଶୁ ମଧ୍ୟ ଏଠାରେ ବସବାସ କରୁଛନ୍ତି। ଏମାନେ ଆଦିମ ଅଧିବାସୀଙ୍କ ଭଳି ଜୀବନ କାଟୁଛନ୍ତି। ସରକାର ଓ ଜିଲା ପ୍ରଶାସନ ମଧ୍ୟ ଏକଥା ଜାଣନ୍ତି। ଏବେ ଭୂମିହୀନଙ୍କ ପାଇଁ ବିଭିନ୍ନ ଯୋଜନା କରାଯାଇଥିଲେ ମଧ୍ୟ ଏମାନେ ଏଥିରୁ ବାଦ୍‌ ପଡିଛନ୍ତି। ଅନ୍ୟପଟେ ଏମାନଙ୍କୁ ଗୁମ୍ଫାରୁ ବାହାର କରି ସାଧାରଣ ଜୀବନର ବାଟ ଦେଖାଇବାକୁ ମଧ୍ୟ କେହି ଆଗେଇ ଆସି ନାହାନ୍ତି। ସୂଚନାଯୋଗ୍ୟ, ଏମାନଙ୍କର ଜମିବାଡି ଥିଲେ ମଧ୍ୟ ଏମାନେ ଆଜି ବାସଶୂନ୍ୟ। କାରଣ ହେଉଛି କୋଲବାନ୍ଧ ପରିଯୋଜନାରେ କେନାଲ ନିର୍ମାଣ କରାଯିବା ପରେ ଏମାନଙ୍କ ଜମି ଓ ଘରଦ୍ୱାର ଭୂସ୍ଫଳନ ଯୋଗୁ ମାଟିରେ ମିଶି ଯାଇଛି। ୨୦୧୪-୧୫ରେ କୋଲବାନ୍ଧ କେନାଲ ତିଆରି କରାଯାଇଥିବା ବେଳେ ୨୦୧୬ରେ ହୋଇଥିବା ଭୂସ୍ଫଳନରେ ଏମାନେ ବାସହରା ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri