ରାଜ୍ୟର ଏହି ୮ ସୁନା ଦୋକାନୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ନିମ୍ନମାନର ଅଳଙ୍କାର ବିକ୍ରି ଅଭିଯୋଗ

ଭୁବନେଶ୍ୱର,୨୪ା୯: ଓଡ଼ିଶାରେ ନିମ୍ନମାନର ସୁନା ଅଳଙ୍କାର ବିକ୍ରି ଅଭିଯୋଗରେ ୮ ଜଣ ସୁନା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖାଦ୍ୟ ଯୋଗାଣ ଓ ଗ୍ରାହକ କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଧବାର ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତ୍ତରରେ ଏହା ପ୍ରକାଶ କରିଛନ୍ତି।

ଗତ ୩ ବର୍ଷରେ ସମ୍ବଲପୁର, ଜଗତସିଂହପୁର, ପୁରୀ, ବରଗଡ଼, ଝାରସୁଗୁଡ଼ା, ଗଞ୍ଜାମ ଓ ଖୋର୍ଦ୍ଧା ଜିଲାର ୮ ଜଣ ସୁନା ବ୍ୟବସାୟୀ ନିମ୍ନମାନର ଅଳଙ୍କାର ବିକ୍ରି କରୁଥିବା ଧରାପଡ଼ିଛନ୍ତି। ରାଜ୍ୟ ସରକାର ଜଗତସିଂହପୁରର ରାଜଶ୍ରୀ ଜୁଏଲାରୀ, ପୁରୀର ସୁନା ଓ ଚାନ୍ଦି ଘରା, ବରଗଡ଼ର ରାଧାକାନ୍ତ ଜୁଏଲାରୀ ଓ ସମ୍ବଲପୁରର ଅଳଙ୍କାର ଜୁଏଲାରୀର ପଞ୍ଜୀକରଣ ବାତିଲ କରିଛନ୍ତି। ଭୁବନେଶ୍ୱରର ଶ୍ରୀକୃଷ୍ଣ ଜୁଏଲାରୀ, ଝାରସୁଗୁଡ଼ାର ପାଓ୍ୱାନ ଅଳଙ୍କାର ଓ ଗଞ୍ଜାମର ଶ୍ରୀନାଥ ଜୁଏଲାରୀଙ୍କୁ ନୋଟିସ ଜାରି ହୋଇଛି। ସମ୍ବଲପୁରର ଅମ୍ବିକା ଜୁଏଲାରୀଙ୍କ ମାମଲା ବର୍ତ୍ତମାନ କୋର୍ଟରେ ବିଚାରାଧୀନ।

ଏହା ସହ, ଗତ ୩ ବର୍ଷରେ ସୁନାର ଭୁଲ ମାପ ଅଭିଯୋଗରେ ୧୪ ଜଣ ବ୍ୟବସାୟୀଙ୍କୁ ଜୋରିମାନା କରାଯାଇଛି। ୨୦୨୨-୨୩ରେ ୬ ଜଣଙ୍କଠାରୁ ୨୩,୫୦୦ ଟଙ୍କା, ୨୦୨୩-୨୪ରେ ୬ ଜଣଙ୍କଠାରୁ ୧.୫୫ ଲକ୍ଷ ଓ ୨୦୨୪-୨୫ରେ ୪ ଜଣଙ୍କଠାରୁ ୪୮,୦୦୦ ଟଙ୍କା ଜୋରିମାନା ଆଦାୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri