ଗଞ୍ଜାମରୁ ସୁରତ ଯାଉଥିବା ବସ୍‌ ଦୁର୍ଘଟଣା; ୮ ଶ୍ରମିକ ମୃତ

ରାୟପୁର, ୫।୯: ଛତିଶଗଡ଼ର ରାଜଧାନୀ ରାୟପୁରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏକ ବସ ରାଇପୁରର ଚେରି ଖେଡି ନିକଟରେ ଗୋଟିଏ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ ୮ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ତେଲିବାନ୍ଧା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତ ଓ ଆହତଙ୍କୁ ଉଦ୍ଧାର କରି ରାୟପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଇଛି । ରାୟପୁରର ଏସ୍‌ଏସ୍‌ପି ଅଜୟ ଯାଦବ କହିଛନ୍ତି, ଓଡ଼ିଶାର ଗଞ୍ଜାମରୁ ଗୁଜରାଟ ସୁରତ ଅଭିମୁଖେ ଯାଉଥିବା ଏକ ବସ୍‌ ରାୟପୁର ଚେରି ଖେଡି ନିକଟରେ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ ୮ଜଣ ଲୋକଙ୍କୁ ମୃତ୍ୟୁ ହୋଇଛି। ୭ଜଣ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ସେମାନଙ୍କ ଚିକିତ୍ସା କରାଯାଉଛି।
ଭୟଙ୍କର ବସ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୮ଜଣ ଶ୍ରମିକଙ୍କ ପରିବାରକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ରାୟପୁର ଯାଇ ସେଠାରେ ଆହତଙ୍କୁ ସମସ୍ତ ସୁବିଧା ସୁଯୋଗ ଦେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?