ଜିଏସ୍‌ଟି କ୍ଷତିପୂରଣକୁ ନେଇ ୮ ଦଳର ପ୍ରତିବାଦ

ନୂଆଦିଲ୍ଲୀ: ପ୍ରତିଶ୍ରୁତି ମୁତାବକ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଜନିତ କ୍ଷତିପୂରଣ ପ୍ରଦାନକୁ ନେଇ ବର୍ତ୍ତମାନ ଟଣାଓଟରା ଲାଗି ରହିଛି। ଏହି ପ୍ରସଙ୍ଗକୁ ନେଇ ୮ ବିରୋଧୀ ଦଳର ନେତା ଗୁରୁବାର ସଂସଦ ପରିସରରେ ପ୍ରତିବାଦ କରିଛନ୍ତି। ବ୍ୟାନର ଏବଂ ଥାଳି ଧରି ଏମାନେ ପ୍ରତିବାଦ କରିଥିବା ନଜରକୁ ଆସିଥିଲା। ପ୍ରାୟ ୧୫ ମିନିଟ ଧରି ପ୍ରତିବାଦ ହୋଇଥିଲା। ଏଥିରେ ଅଖିଳେଶ ଯାଦବ, ସୁପ୍ରିୟା ସୁଲେ, ମନୋଜ ଝା, ସଞ୍ଜୟ ସିଂ, ଡାରେକ ଓ ବ୍ରାଏନ ପ୍ରମୁଖ ଯୋଗଦେଇଥିଲେ। ଏହି ପ୍ରତିବାଦରେ କଂଗ୍ରେସ ସାମିଲ ହୋଇ ନ ଥିବା ଜଣାପଡିଛି। କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ କରିବାକୁ ଏହି ଅବସରରେ ଦାବି କରାଯାଇଛି। ଏହି ପ୍ରତିବାଦରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି),ତେଲଙ୍ଗାନା ରାଷ୍ଟ୍ର ସମିତି(ଟିଆର୍‌ଏସ୍‌), ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି), ଦ୍ରାବିଡ ମୁନେତ୍ରା କାଜାଘମ(ଡିଏମ୍‌କେ), ସମାଜବାଦୀ ପାର୍ଟି(ଏସ୍‌ପି), ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନ୍‌ସିପି) ଏବଂ ଶିବସେନା ସାମିଲ ରହିଥିଲେ। ରାଜ୍ୟ ସଭାରେ ଜିଏସ୍‌ଟି ପ୍ରସଙ୍ଗରେ ଆଲୋଚନା ହେବାର ଅବ୍ୟବହିତ ପୂର୍ବରୁ ଏଭଳି ପ୍ରତିବାଦ କରାଯାଇଥିବା ଜଣାପଡିଛି। ୨୭ ଅଗଷ୍ଟରେ ଅନୁଷ୍ଠିତ ହୋଇଥିବା ଜିଏସ୍‌ଟି ପରିଷଦ ବୈଠକରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ ଯେ, ଜିଏସ୍‌ଟି ବାବଦକୁ ଚଳିତ ବର୍ଷ ୩ ଲକ୍ଷ କୋଟି ଟଙ୍କା ନିଅଣ୍ଟ ପଡିବ। କୋଭିଡ୍‌ ଯୋଗୁ ଅର୍ଥ ବ୍ୟବସ୍ଥା ଖସିବାକୁ ସେ ଦୈବୀକୃତ କାର୍ଯ୍ୟ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri