ରାଜ୍ୟ କ୍ୟାବିନେଟ୍‌ରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ, ଏଥିରେ ରହିଛି…

ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍‌ ବୈଠକରେ ୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

ଏଥିରେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ୫ଟି, ସାଧାରଣ ପ୍ରଶାସନ ବିଭାଗର ଗୋଟିଏ ଓ ଜଳସମ୍ପଦ ବିଭାଗର ଗୋଟିଏ ଲେଖାଏ ପ୍ରସ୍ତାବ ରହିଥିବାବେଳେ ବିଧାନସଭା ଅଧିବେଶନ ଆହୂତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦନ ମିଳିଛି । ମୁଖ୍ୟ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରୀ ଚାକିରି ଚୟନ ପରୀକ୍ଷାରେ ପାରଦର୍ଶିତା ଆଣିବା ପାଇଁ ‘ଓଡ଼ିଶା ସାର୍ବଜନୀନ ପରୀକ୍ଷା(ଅନୁଚିତ୍ ସାଧନ ନିବାରଣ) ଆଇନ-୨୦୨୪’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି), ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ, ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ ଆୟୋଗ, ସର୍ଭିସ ସିଲେକ୍ସନ ବୋର୍ଡ, ଓଡ଼ିଶା ପୋଲିସ ସିଲେକ୍ସନ ବୋର୍ଡ, ଓଡ଼ିଶା ଶିକ୍ଷା(ରାଜ୍ୟ ପାଇଁ ସିଲେକ୍ସନ ବୋର୍ଡ) ରୁଲସ-୧୯୯୨, ଓଡ଼ିଶା ଜେଇଇ ସମେତ ରାଜ୍ୟ ସରକାରଙ୍କ ଦ୍ୱାରା ନିୟୋଜିତ କିମ୍ବା ଗଠିତ ଚୟନ କମିଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତି ଏଜେନ୍ସି ଦ୍ୱାରା ପରିଚାଳିତ ସମସ୍ତ ସରକାରୀ ପରୀକ୍ଷା ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ ଓ ପାରଦର୍ଶୀ କରିବାକୁ ଏହି ନୂଆ ଆଇନ ଅଣାଯାଇଛି । ଏହି ବିଲ୍‌କୁ ଆସନ୍ତା ଶୀତ ଅଧିବେଶନରେ ବିଧାନସଭାରେ ପାରିତ କରିବାରକୁ ସରକାର ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?