Posted inରାଜ୍ୟ

ନନ୍ଦନକାନନକୁ ୪ପ୍ରଜାତିର ୮ ପଶୁପକ୍ଷୀ ଆସିଲା

ବାରଙ୍ଗ, ୯।୧୦(ଡି.ଏନ୍‌.ଏ.): ନନ୍ଦନକାନନକୁ ଶୁକ୍ରବାର ରାତିରେ ପଶୁପକ୍ଷୀ ଅଦଳବଦଳ ପ୍ରକିୟାରେ ଜୟପୁର ନହରଗଡ଼ ଜୈବ ଉଦ୍ୟାନରୁ ୪ପ୍ରଜାତିର ୮ଟି ନୂଆ ଅତିଥି ଆସିଛନ୍ତି। ନୂଆ ଅତିଥି ହେଲେ ହଳେ କଲରାପତରିଆ ବାଘ, ହଳେ ଧୂସର ଗଧିଆ, ୨ଟି ଅଣ୍ଡିରା ଘଡ଼ିଆଳ କୁମ୍ଭୀର, ୨ଟି ଅଣ୍ଡିରା ଚିଙ୍କାରା ହରିଣ। ଏମାନଙ୍କୁ ବିଭିନ୍ନ ଏନକ୍ଲୋଜରର ଫିଡିଂଚାମ୍ବରରେ ରଖାଯାଇ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏହି ଅଦଳବଦଳ ପ୍ରକିୟାର ଶୁଭାରମ୍ଭ ଜୟପୁର ନହରଗଡ ଜୈବ ଉଦ୍ୟାନ କର୍ତ୍ତୃପକ୍ଷ ପ୍ରଥମେ ଆରମ୍ଭ କରିବା ସହ ସେମାନେ ନନ୍ଦନକାନନରୁ ମାର୍ଚ୍ଚ ୧୭ରେ ଗୋଟିଏ ଅଣ୍ଡିରା ଧଳାବାଘ ଚିନୁ, ଗୋଟିଏ ମାଈ ସାଧାରଣ ବାଘୁଣୀ ରାଣୀ, ଗୋଟିଏ ଅଣ୍ଡିରା ବାରହା, ୧୫ହଳ ଜେବ୍ରା ଫିଞ୍ଚ ଚଢେଇ,୧୫ହଳ ଜାଭା ସ୍ପାରୋ ଚଢେଇଙ୍କୁ ନେଇଥିଲେ। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ ପଶୁପକ୍ଷୀ ଅଦଳବଦଳ ପ୍ରକିୟାର ଉଦ୍ୟମକୁ ଆରମ୍ଭ କରିଛନ୍ତି। ସିକ୍ୟୁରିଟି ରେଞ୍ଜର ବିନ୍ଦୁପ୍ରସାଦ ପ୍ରଧାନଙ୍କ ନେତୃତ୍ୱରେ ୭ଜଣିଆ ଦଳ ଗତ ମାସ ୨୯ତାରିଖ ସକାଳେ ଜୟପୁର ଗସ୍ତ କରିଥିଲେ। ତେବେ ହରିଣ ପ୍ରଜାତିର ଚିଙ୍କାରା ହେଉଛି ନନ୍ଦନକାନନ ପାଇଁ ନୂଆ ହୋଇଥିବା ସୂଚନା ମିଳିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri