ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୮ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରତିଷ୍ଠିତ କଲେଜ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ୮ଜଣ ଛାତ୍ରୀଛାତ୍ର ଜାଲ୍‌ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦେଇ ନାମ ଲେଖାଇଥିବା ଜଣାପଡ଼ିଛି। ଗତ ୩ ବର୍ଷ ମଧ୍ୟରେ ଏହି ୮ଜଣ ଛାତ୍ରୀଛାତ୍ର କଲେଜରେ ନାମ ଲେଖି ପାଠ ପଢୁଥିବା ବେଳେ ଏହାର ଟେର୍‌ ପାଇ ନ ଥିଲେ କଲେଜ କର୍ତ୍ତୃପକ୍ଷ। ଏହି ଛାତ୍ରୀଛାତ୍ରମାନେ ୨୦୧୯-୨୦, ୨୦୨୦-୨୧, ୨୦୨୧-୨୨ ଶିକ୍ଷାବର୍ଷରେ ନାମ ଲେଖାଇଥିଲେ। କଲେଜ ପକ୍ଷରୁ ଯାଞ୍ଚ ବେଳେ ଏହି ୮ ଛାତ୍ରୀଛାତ୍ର ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦେଇଥିବା ଜଣାପଡ଼ିବା ପରେ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ଏନେଇ ମଙ୍ଗଳବାର ବଡ଼ଗଡ଼ ଥାନାରେ ଏତଲା ଦେଇଛନ୍ତି। ପୋଲିସ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ ବିରୋଧରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ଛାତ୍ରୀଛାତ୍ରମାନେ ଏହି ସାର୍ଟିଫିକେଟ୍‌ କେମିତି ହାତେଇଲେ, କିଏ ଏହି ସାର୍ଟିଫିକେଟ୍‌ ଯୋଗାଇଛି ଓ କଲେଜର ଆଉ କେତେଜଣ ଛାତ୍ରୀଛାତ୍ର ଏହି ଘଟଣାରେ ସମ୍ପୃକ୍ତ ଅଛନ୍ତି କି ନାହିଁ ସେ ନେଇ ତଦନ୍ତ ହେବ ବୋଲି ଅଧ୍ୟକ୍ଷ ମିଶ୍ର କହିଛନ୍ତି।
ସୂଚନାଯୋଗ୍ୟ, କିଛି ମାସ ତଳେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଭଳି ଜାଲ୍‌ ସାର୍ଟିଫିକେଟ୍‌ ଘଟଣାରେ ୨୮ଜଣ ଛାତ୍ରୀଛାତ୍ର ଧରାପଡ଼ିଥିଲେ। ଏହାପରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସେଲ୍‌ଫ ଫାଇନାନ୍ସିଂ କଲେଜକୁ ଚିଠି ଲେଖି ସମସ୍ତ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ଦେଇଥିବା ସାର୍ଟିଫିକେଟ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଯାଞ୍ଚ ପରେ ଛାତ୍ରୀଛାତ୍ରଙ୍କ ସାର୍ଟିଫିକେଟ୍‌ ଜାଲ ହୋଇଥିବା ଜଣାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ସେମାନଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ରହିଥିଲା। ଏଠାରେ ଉଲ୍ଲେଖଯୋଗ୍ୟ, ଓଡ଼ିଶାର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ନାମ ଲେଖାଇବା ପାଇଁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତା ହୁଏ। ଏଠାରେ ପିବା ପାଇଁ ବହୁ ମେଧାବୀ ଛାତ୍ରୀଛାତ୍ର ସଂଘର୍ଷ କରୁଥିବାବେଳେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ନାମଲେଖା ଘଟଣା ଅଭିଭାବକଙ୍କୁ ଚକିତ କରିଛି। ଏ ନେଇ କଡ଼ାକଡ଼ି ଯାଞ୍ଚ ସହ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ମେଧାବୀ ଛାତ୍ରୀଛାତ୍ର ଓ ଅଭିଭାବକ ଦାବି କରିଛନ୍ତି। ସେପଟେ ବିଜେବି କଲେଜରେ ଚିହ୍ନଟ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସରକାରୀ କର୍ମଚାରୀ ଓ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri