ପାକ ଆତଙ୍କବାଦୀ-ସୁରକ୍ଷାର୍କମୀଙ୍କ ମଧ୍ୟରେ ଗୁଳି ବିନିମୟ, ୮ ଆତଙ୍କବାଦୀ ନିହତ

ଇସଲାମାବାଦ,୧୬ ।୩: ପାକିସ୍ତାନ ସୁରକ୍ଷାକର୍ମୀ ବୁଧବାର ଦକ୍ଷିଣ ବଜିରସ୍ତାନରେ ଚଳାଇଥିବା ଏକ ଅପରେଶନ ସମୟରେ ୮ ଜଣ ଆତଙ୍କବାଦୀଙ୍କୁ ନିହତ କରିଥିବା ଦାବି କରିଛନ୍ତି । ମୃତ ଆତଙ୍କବାଦୀଙ୍କ ନିକଟରୁ ସୁରକ୍ଷାକର୍ମୀ ବହୁ ମାତ୍ରାରେ ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଓ ଅନ୍ୟ ଉପକରଣ ଜବତ କରିଛନ୍ତି ।
ପାକିସ୍ତାନୀ ମିଡିଆର ସୂଚନା ଅନୁଯାୟୀ, ସ୍ଥାନୀୟ ଲୋକେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଆତଙ୍କବାଦୀଙ୍କୁ ନିହତ କରିବା ଲାଗି ଘଟଣାର ପ୍ରଶଂସା କରିଛନ୍ତି । ଏହାସହ ଉକ୍ତ ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକ୍ରମକୁ ଶେଷ କରିବାକୁ ସେମାନେ ସହଯୋଗ କରିବେ ବୋଲି କହିଛନ୍ତି । ପାକିସ୍ତାନ ସେନାର ମିଡିଆ ୱିଙ୍ଗ ଅନୁଯାୟୀ, ସୁରକ୍ଷାର୍କମୀଙ୍କୁ ଦକ୍ଷିଣ ବଜିରସ୍ତାନର ଜିଗହାରାରେ ଆତଙ୍କବାଦୀଙ୍କ ଶିବରର ସୂଚନା ମିଳିଥିଲା । ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ଏକ ଅଭିଯାନ ଆରମ୍ଭ କରିଥିଲେ । ଏହାପରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଆରମ୍ଭ ହୋଇଥିଲା । ଗୁଳିକାଣ୍ଡ ଘଟଣାରେ ୮ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଅପରଶନ ସମୟରେ ପାକିସ୍ତାନ ସେନାର ୨ ଯବାନ ଆହତ ହୋଇଛନ୍ତି ଓ ଦୁଇଜଣ ଶିଶୁଙ୍କର ମୃତୁ୍ୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri