ଭୋଜି ଖାଇ ୧୬ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୭ ଗୁରୁତର

ତୁମୁଡିବନ୍ଧ,୧୬।୫(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ ଅନ୍ତର୍ଗତ ବୁଢ଼ା କୁଣ୍ଡଳୀ ଗ୍ରାମରେ ବାହାଘର ଭୋଜି ଖାଇ ୧୫ଜଣ ମହିଳା, ପୁରୁଷ ଓ ଶିଶୁ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଗୁରୁତର ଅଛନ୍ତି। ସମସ୍ତଙ୍କୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଉଛି। ପ୍ରକାଶ ଯେ, ବୁଢ଼ାକୁଣ୍ଡଳୀ ଗ୍ରାମର ବିଭୂତି ପନ୍ଦରଙ୍କ ଝିଅର ବାହାଘର ଗତ ଶୁକ୍ରବାର ହୋଇଥିଲା। ଶନିବାର ବରପକ୍ଷ ଭୋଜି ଖାଇବା ପାଇଁ କଳାହାଣ୍ଡି ଜିଲା ଏମ୍‌.ରାମପୁର ବ୍ଲକ ବଞ୍ଜମୁଣ୍ଡା ଗ୍ରାମକୁ ଯାଇଥିଲେ। ସେଠାରୁ ଫେରି ରାତ୍ରିରେ ନିଜ ଗ୍ରାମରେ ଛେଳି ମାରି ଭୋଜି କରିଥିଲେ। ସଖାଳୁ ସମସ୍ତଙ୍କୁ ବାରମ୍ବାର ଝାଡ଼ା ହେବାରୁ ତୁମୁଡିବନ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୂର୍ବତନ ବିଧାୟକ ରାଜିବ ପାତ୍ର, ଜିଲା ପରିଷଦ ସଭ୍ୟ ନବୀନ ପାତ୍ର ଓ ବିଜେଡିର କର୍ମୀମାନେ ପହଞ୍ଚି ପୀଡ଼ିତଙ୍କୁ ଭେଟିଥିଲେ। ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଅଭିଷେକ ନାୟକ ପୀଡ଼ିତଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ ଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?