ସକାଳ ୯ରୁ ଅଷ୍ଟମ, ପୂର୍ବାହ୍ନ ୧୦ରୁ ଏକାଦଶ ପିଲାଙ୍କ ହେବ ପାଠପଢ଼ା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଅଷ୍ଟମ ଓ ଏକାଦଶ ଣ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୧ରେ ଏକାଦଶ ଓ ୨୫ ତାରିଖରେ ଅଷ୍ଟମ ଶ୍ରେଣୀ ଖୋଲିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍‌ଓପି ଜାରି କରୀ କରାଯାଇଛି। ଏକାଦଶ କ୍ଲାସ୍‌ ପୂର୍ବାହ୍ନ ୧୦ଟାରୁ ସାଢ଼େ ୧ଟା ଯାଏ ଚାଲିବ। ସେହିପରି ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଅଷ୍ଟମ କ୍ଲାସ ହେବ। ଅଷ୍ଟମ ପିଲାଙ୍କୁ ସ୍କୁଲରେ ମଧ୍ୟାହ୍ନ ଭୋଜନ ଦିଆଯିବ ନାହିଁ। ସ୍କୁଲ ଖୋଲିଲେ ମଧ୍ୟ ଅଫ୍‌ଲାଇନ୍‌ ସହ ଅନଲାଇନ୍‌ରେ ପାଠପଢ଼ା ହେବ। ସ୍କୁଲକୁ ଆସିବା ପାଇଁ କାହାକୁ ବାଧ୍ୟ କରାଯାଇପାରିବ ନାହିଁ। ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ସ୍କୁଲକୁ ଆସିବେ। କଣ୍ଟେନମେଣ୍ଟ ଜୋନ୍‌ରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଆସିବା ମନା ହୋଇଛି। ପଞ୍ଚାୟତରାଜ ବିଭାଗର ତୃଣମୂଳ ସଦସ୍ୟମାନଙ୍କ ସହ ମିଶି ସ୍କୁଲର ଭିତ୍ତିଭୂମିକୁ ସଜାଡ଼ିବା, ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏସ୍‌ଓପିକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା ସ୍କୁଲ ସଫେଇ ଓ କୋଭିଡ଼ ନିର୍ଦ୍ଦେଶାବଳୀ ପାଳନ ଉପରେ ଗୁରୁତ୍ୱ ଦିଆଯିବ। ଡିଇଓ, ଡିପିସି ଏବଂ ବିଇଓ ନିୟମ ପାଳନ ନେଇ ତଦାରଖ କରିବେ ଏବଂ ଓସେପାକୁ ରିପୋର୍ଟ ଦେବେ ବୋଲି ଏସ୍‌ଓପିରେ କୁହାଯାଇଛି। ଅଷ୍ଟମ ଓ ଏକାଦଶ ଖୋଲିବା ପ୍ରସ୍ତୁତି ନେଇ ପଞ୍ଚାୟତରାଜ ବିଭାଗ ସଚିବ ଅଶୋକ କୁମାର ମୀନା ଏବଂ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ମିଳିତ ଭାବେ ଶନିବାର ସମସ୍ତ ଜିଲାପାଳଙ୍କୁ ଚିଠି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri