Posted inଜାତୀୟ

ଫଡନାଭିସ ରହିବେ ନ ହେଲେ ମୁଁ, ବୈଠକରୁ ହୁଙ୍କାର କଲେ ଉଦ୍ଧବ ଠାକରେ

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁମ୍ବାଇରେ ଏକ ବଡ଼ ବୈଠକରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଖୋଲାଖୋଲି ଭାବେ ଟାର୍ଗେଟ କରିଛନ୍ତି। ମୁମ୍ବାଇର ଏକ ପଦାଧିକାରୀ ବୈଠକରେ ଠାକରେ ଏହି ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଭାରତୀୟ ଜନତା ପାର୍ଟି ଆରମ୍ଭରୁ ବିଭାଜନ ରାଜନୀତି କରିଆସୁଛି। ଆଜି ମୁଁ ଏହି ପ୍ଲାଟଫର୍ମରୁ ଘୋଷଣା କରିଛି ଯେ ଯିଏ ଯିବାକୁ ଚାହୁଁଛି ସେ ବର୍ତ୍ତମାନ ଯିବା ଉଚିତ। ଆଜି ପର୍ଯ୍ୟନ୍ତ ଆମେ ଏତେ ସହ୍ୟ କରିଛୁ ଏବଂ ସେମାନଙ୍କ ଅତ୍ୟାଚାର ସତ୍ତ୍ୱେ ଦୃଢ ରହିଛୁ। ବର୍ତ୍ତମାନ ସେମାନେ ରହିବେ ନ ହେଲେ ଆମେ ରହିବୁ।

ଠାକରେ ଆହୁରି କହିଛନ୍ତି, ଦେବେନ୍ଦ୍ର ଫଡନାଭିସ ରାଜନୀତି କରୁଥିବାବେଳେ ମୋତେ ଏବଂ ଆଦିତ୍ୟଙ୍କୁ ଜେଲରେ ରଖିବାକୁ ପ୍ରସ୍ତୁତି କରିଥିଲେ। ଆଜି ମୁଁ ଘୋଷଣା କରୁଛି ଯେ ବର୍ତ୍ତମାନ ଦେବେନ୍ଦ୍ର ଫଡନାଭିସ ମହାରାଷ୍ଟ୍ରରେ ରହିବେ କିମ୍ବା ଆମେ ରହିବୁ। ବୁଧବାର ମୁମ୍ବାଇର ରଙ୍ଗଶର୍ଦା ଅଡିଟୋରିୟମରେ ଆୟୋଜିତ ଏକ ବୈଠକରେ ଠାକରେ ଏପରି କହିଛନ୍ତି। ଏଥିରେ ଉଦ୍ଧବ ଠାକରେ ଦେବେନ୍ଦ୍ର ଫଡନାଭିସଙ୍କ ବିରୋଧରେ ସିଧାସଳଖ ଆର ୟା ପାର’ର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଠାକରେଙ୍କ ଘୋଷଣା ସୂଚାଇ ଦେଉଛି ଯେ ଆଗାମୀ ଦିନରେ ମହାରାଷ୍ଟ୍ରରେ ଶିବସେନା ଓ ଭାଜପା ମଧ୍ୟରେ ବିବାଦ ତୀବ୍ର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri