Posted inଖେଳ

‘ବଡ଼ ଖେଳାଳିଙ୍କୁ ବିଦା କର’

ନୂଆଦିଲ୍ଲୀ,୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପାଇଁ ଏକ ବଡ଼ ନିଷ୍ପତ୍ତି ନେବାର ସମୟ ଆସିଯାଇଛି। ପ୍ରଦର୍ଶନ କରିପାରୁ ନ ଥିବା ସିନିୟର ଖେଳାଳିଙ୍କୁ ଦଳରୁ ବିଦା କର। ସେମାନଙ୍କ ସ୍ଥାନରେ ଯୁବ ଖେଳାଳିଙ୍କୁ ଆଣ। ବିସିସିଆଇକୁ ଏଭଳି ପରାମର୍ଶ ଦେଇଛନ୍ତି ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ କପିଳ ଦେବ।

ଚଳିତ ଟି୨୦ ବିଶ୍ୱକପ୍‌ରେ ଲଗାତାର ଦୁଇଟି ମ୍ୟାଚ୍‌ରେ ଶୋଚନୀୟ ପରାଜୟ ବରଣ କରିବା ପରେ ଭାରତୀୟ ଦଳର ଖେଳାଳିଙ୍କୁ ପ୍ରବଳ ସମାଲୋଚିତ ହେବାକୁ ପଡ଼ୁଛି।

ମୋ ମତରେ ବଡ଼ ଖେଳାଳିଙ୍କ ଭବିଷ୍ୟତ ଉପରେ ନିଷ୍ପତ୍ତି ନେବାର ସମୟ ଆସିଯାଇଛି। ଆଇପିଏଲରେ କ୍ରମାଗତ ଭଲ ପ୍ରଦର୍ଶନ କରୁଥିବା ଯୁବ ଖେଳାଳିଙ୍କୁ ସୁଯୋଗ ଦିଆଯିବା ଉଚିତ୍‌। ନ ହେଲେ ଆମେ ପରବର୍ତ୍ତୀ ପୀଢ଼ିର ଦଳ କେଉଁଭଳି ଗଢ଼ିବା। ଯଦି ସେମାନେ ହାରି ଯାଆନ୍ତି, ତେବେ ସେଥିରେ କିଛି କ୍ଷତି ହେବ ନାହିଁ। ସେମାନେ ଅଭିଜ୍ଞତା ହାସଲ କରିବେ। କିନ୍ତୁ ଯଦି ବଡ଼ ଖେଳାଳିମାନେ ପ୍ରଦର୍ଶନ କରିବେ ନାହିଁ ଓ ଏଭଳି ଖରାପ କ୍ରିକେଟ ଖେଳିବେ, ତେବେ ଖୁବ୍‌ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିବ। ଏଣୁ ବିସିସିଆଇକୁ ଅଧିକରୁ ଅଧିକ ଯୁବ ଖେଳାଳିଙ୍କ କଥା ଚିନ୍ତା କରିବାକୁ ପଡ଼ିବ ବୋଲି କପିଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri