‘ଏକ ଦୌଡ ଦେଶ କା ନାମ’

ଭୁବନେଶ୍ୱର,୫।୯ (ବ୍ୟୁରୋ):ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ପରିପ୍ରେକ୍ଷୀରେ ରବିବାର ସ୍ଥାନୀୟ ପାହାଳଠାରେ ‘ଏକ ଦୌଡ ଦେଶ କା ନାମ’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏପରିକି ଭାରତୀୟ ଜାତୀୟ ମହିଳା ଉଦ୍ୟୋଗୀ ସଂଗଠନ (ଆଇଏନଡବ୍ଲୁଇସି)ର ଓଡ଼ିଶା ଶାଖା, କେନ୍ଦ୍ର ସରକାରଙ୍କ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟୋଗ (ଏମଏସଏମଇ) ମନ୍ତ୍ରଣାଳୟ ଏବଂ ୱାରିୟର କ୍ରେଡ ଡିଫେନ୍ସ କ୍ୟାରିୟର ଏକାଡେମୀର ମିଳିତ ଆନୁକୂଲ୍ୟରେ ୫ କି.ମିର ଏକ ଗଣଦୌଡ଼ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ, ଅଭିନେତା ସିଦ୍ଧାନ୍ତ ମହାପାତ୍ର, ଦୈତ୍ୟ ନଗରୀ ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, କେନ୍ଦ୍ର ଏମଏସଏମଇ-ଡିଏଫଓ ଯୁଗ୍ମ ଅଧ୍ୟକ୍ଷ କଟକ, ପି.କେ. ଗୁପ୍ତା, ଆଇଏନଡବ୍ଲ୍ୟୁଇସିର ଜାତୀୟ ଆବାହକ ସୁକୀର୍ତ୍ତି ପଟ୍ଟନାୟକ ଏବଂ ରାଜ୍ୟ ଆବାହକ ତନୟା ପଟ୍ଟନାୟକ ଓ ଆର୍ମି ଭେଟେରାନ କ୍ୟାପଟେନ ଚିନ୍ମୟ ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏଭଳି ଏକ ଅଭିନବ ପ୍ରୟାସକୁ ଉପସ୍ଥିତ ଅତିଥିମାନେ ସାଧୁବାଦ ଜଣାଇବା ସହ ପତାକା ଦେଖାଇ ଉକ୍ତ ଗଣଦୌଡ଼ର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁକିର୍ତ୍ତୀ ପଟ୍ଟନାୟକ କହିଥିଲେ ନୂଆ ଚିନ୍ତାଧାରାରେ ଗଠିତ ହୋଇଥିବା ୱାରିୟର କ୍ରେଡ ଡିଫେନ୍ସ କ୍ୟାରିୟର ଏକାଡେମୀକୁ ଭବିଷ୍ୟତ ସେନାଧିକାରୀ ସୃଷ୍ଟି କ୍ଷେତ୍ରରେ ପ୍ରଚେଷ୍ଟା ନିମନ୍ତେ ସାଧୁବାଦ ଜଣାଇଥିଲେ। କାର୍ଯ୍ୟକ୍ରମ ପରିଶେଷରେ ଆଇସିସି ଓ ମହିଳା ଉଦ୍ୟୋଗୀଙ୍କ ପକ୍ଷରୁ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ‘ଭିଜନାରୀ ଲିଡରଶିପ’ସମ୍ମାନରେ ସମ୍ମାନିତ କରାଯାଇଥିଲା ବେଳେ ୫୦ଜଣ ମହିଳା ପୋଲିସ ଅଧିକାରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ୱାରିୟର କ୍ରେଡ ଡିଫେନ୍ସ କ୍ୟାରିୟର ଏକାଡେମୀକୁ ଅତିଥିମାନେ ସାଧୁବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri