ଏକ ପେଡ ମା’ କେ ନାମ୍‌ କାର୍ଯ୍ୟକ୍ରମ: ସାମିଲ ହେଲେ ସ୍ଥାନୀୟ ପ୍ରଶାସନ, ଅଞ୍ଚଳବାସୀ

ଦାରିଙ୍ଗବାଡି,୧୭।୯ (ଅରୁଣ ସାହୁ):ଗଛ ଆମକୁ ଜୀବନ ଦେଉଛି । ସେ ଆମକୁ ଲାଳନପାଳନ କରୁଛି ହେଲେ ଆମେ ମଧ୍ୟ ଗଛ ଲଗାଇ ତାକୁ ନିଜ ସନ୍ତାନ ଭଳି ଲାଳନପାଳନ କରିବା ଆବଶ୍ୟକ। ଗଛ ଓ ମଣିଷ ଉଭୟ ଉଭୟଙ୍କ ପାଇଁ ପରିପୂରକ । ବୁଧବାର ଏକ ପେଡ ମା’ କେ ନାମ୍‌” କାର୍ଯ୍ୟକ୍ରମ ଅବସରରେ ସ୍ଥାନୀୟ ବାସିନ୍ଦା, ପ୍ରଶାସନ, ପୋଲିସ ପ୍ରଶାସନ ସାମୂହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସାମିଲ ହୋଇ ମତ ରଖିଛନ୍ତି। ପ୍ରକାଶ ଯେ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଚେଷ୍ଟାରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଦାରିଙ୍ଗବାଡି ଥାନା ପରିସରରୁ ଆରମ୍ଭ କରାଯାଇଥିଲା। ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ସମେତ ଫଳ ଗଛ ରୋପଣ କରାଯାଇଥିଲା । ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଡିଏସପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ ମାଝୀ, ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା, ଏପିଓ କେଦାର ଚନ୍ଦ୍ର ପଣ୍ଡା, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରୋଶନ କୁମାର ରଥ, ବନାଞ୍ଚକ ଅଧିକାରୀ ମାଧବ ଚନ୍ଦ୍ର ବେହେରା, ଅଗ୍ନିଶମ ବିଭାଗ ଅଧିକାରୀ ଧବଳେଶ୍ୱର ପ୍ରଧାନ, ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ସବୁଜ ବୈଦ୍ୟ ସଂଗଠନର ସମ୍ପାଦକ ଦିନବନ୍ଧୁ ମହାରଣା ଉପସ୍ଥିତ ଥିଲେ। ସେହିପରି ଗ୍ରାମବାସୀଙ୍କ ମଧ୍ୟରେ ମଣ୍ଡଳ ସଭାପତି ମିଟୁ ସାହୁ, ଜିଲା ସମ୍ପାଦକ ହରେନ କୁମାର ସାହୁ, ବିରଞ୍ଚିନାରାୟଣ ସାହୁ, ରଞ୍ଜିତ ସାହୁ, ରଞ୍ଜନ ସାହୁ, ପ୍ରଭାକର ସାହୁ ସିସପା ପ୍ରଧାନଙ୍କ ସମେତ ସରକାରୀ ଓ ବେସରକାରୀ ଅନୁଷ୍ଠାନର ବହୁ ଲୋକ ସାମିଲ ହୋଇଥିଲେ ସେହିପରି ଥାନା ଭିତରେ ରହିଥିବା ବାରାକର ଯବା ମାନେ ବୃକ୍ଷ ରୋପଣରେ ସାମିଲ ହୋଇଥିଲେ। ବ୍ଲକର ଥାନା ପରିସର ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର, ଅଗ୍ନିଶମ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ପଞ୍ଚାୟତ କାର୍ଯ୍ୟାଳୟ, ହନୁମାନ ମନ୍ଦିର ସମେତ ବିଭିନ୍ନ ସ୍ଥାନରେ ଏହି ବୃକ୍ଷରୋପଣ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri