Posted inଖେଳ

ଦେବାଶିଷଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୮ା୮ (ବିଜୟ ରଣା): ରାଜ୍ୟର ବିଶିଷ୍ଟ ଟେନିସ ଖେଳାଳି ଦେବାଶିଷ ସାହୁ ୩୧ତମ ଏକଲବ୍ୟ ପୁରସ୍କାର ପାଇବା ଲାଗି ମନୋନୀତ ହୋଇଥିବା ରବିବାର ଘୋଷଣା କରାଯାଇଛି। ପୁରସ୍କାର ବିତରଣ ଉତ୍ସବରେ ତାଙ୍କୁ ୫ ଲକ୍ଷ ଟଙ୍କା ଏବଂ ମାନପତ୍ର ସହ ସମ୍ମାନିତ କରାଯିବ। ଦେବାଷିଷ ବହୁ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ହାସଲ କରି ରାଜ୍ୟକୁ ଗୌରବନ୍ବିତ କରିଛନ୍ତି। ପୁରସ୍କାର ଜୁରି କମିଟି ରବିବାର ଆହୁରି ମଧ୍ୟ ଆଥଲେଟ ବାପି ହଁାସ୍‌ଦା ଏବଂ ଭାରୋତ୍ତୋଳକ ଜ୍ୟୋତ୍ସ୍ନା ସବରଙ୍କୁ ଉପ ବିଜେତା ଭାବେ ମନୋନୀତ କରିଛି।

ଉଭୟେ ମାନପତ୍ର ସହ ୧ଲକ୍ଷ ଟଙ୍କା ଆର୍ଥିକ ପୁରସ୍କାରରେ ସମ୍ମାନିତ ହେବେ। ଭାରତର ପ୍ରମୁଖ ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା ପରିଚାଳିତ ‘ଇଣ୍ଡିଆନ୍‌ ମେଟାଲ୍ସ ପବ୍ଲିକ ଚ୍ୟାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ଦ୍ୱାରା ୧୯୯୩ ମସିହାରୁ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯାଇ ଆସୁଛି। ଓଡ଼ିଶାର ଏହା ସବୁଠାରୁ ମଯର୍ର୍‌ୟାଦାପୂର୍ଣ୍ଣ ପୁରସ୍କାର ଭାବେ ପରିଚିତ। କ୍ରୀଡ଼ା କ୍ଷେତ୍ରରେ ବିଗତ ଦୁଇ ବର୍ଷର ଶ୍ରେଷ୍ଠ ପ୍ରଦର୍ଶନକୁ ଆଧାର କରି ଯୁବ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ଚଳିତବର୍ଷର ଏକଲବ୍ୟ ପୁରସ୍କାର ବିଜେତାଙ୍କ ନାମ ଘୋଷଣା ଅବସରରେ ‘ଇମ୍ପାକ୍ଟ’ର ଟ୍ରଷ୍ଟି ତଥା ଏକଲବ୍ୟ ପୁରସ୍କାର କମିଟି ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଥିଲେ, ଏହି ପୁରସ୍କାର ମାଧ୍ୟମରେ ରାଜ୍ୟର ଉଦୀୟମାନ କ୍ରୀଡ଼ାବିତ୍‌ମାନଙ୍କୁ ପ୍ରୋତ୍ସାହିତ କରିବା ହେଉଛି ଆମର ମୂଳ ଲକ୍ଷ୍ୟ। ପୁରସ୍କାର କମିଟି ଅଧ୍ୟକ୍ଷ କିଶୋର ମୋହନ ମହାନ୍ତି କାଯର୍ର୍‌ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?