Posted inଖେଳ

ଏକାମ୍ର କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ

ପୁରୁଣା ଭୁବନେଶ୍ୱର, ୨୫।୧୨ (ସୁବାସ ଚନ୍ଦ୍ର ପ୍ରଧାନ): ଫ୍ରେଣ୍ଡ୍ସ କ୍ରିକେଟ କ୍ଲବ କେଶୁରା ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ବାର୍ଷିକ ଏକାମ୍ର କପ୍‌ ଟେନିସ ବଲ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ଫାଇନାଲରେ ଶହୀଦ ନଗର ଦଳ ୪ ଉଇକେଟରେ ସମରସେଟ୍‌ ଏକାଦଶକୁ ହରାଇ ଚାମ୍ପିୟନ ହୋଇଛି। ଶହୀଦ ନଗର ଦଳ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିଥିଲା। ପ୍ରଥମେ ବ୍ୟାଟିଂ କରି ସମରସେଟ୍‌ ନିର୍ଦ୍ଧାରିତ ୧୫ଓଭର୍‌ରେ ୧୧୨ ରନ କରି ଅଲ୍‌ ଆଉଟ୍‌ ହେଇଥିଲା। ଜବାବରେ ଶହୀଦନଗର ଦଳ ୧୫ ଓଭରରେ ୬ ଉଇକେଟ ହରାଇ ବିଜୟ ହାସଲ କରିଥିଲା। ଶେଷ ବଲରେ ମ୍ୟାଚ୍‌ ଜିତିଥିଲା ଶହୀଦନଗର। ବିଜୟୀ ଦଳ ପକ୍ଷରୁ ଦିପୁନି ୨୯ବଲରେ ୩୨ ରନ କରି ମ୍ୟାନ ଅଫ ଦି ମ୍ୟାଚ୍‌ ପୁରସ୍କାର ଲାଭ କରିଥିଲେ। ମ୍ୟାନ ଅଫ ଦି ସିରିଜ ହୋଇଥିଲେ ସମର ସେଟ୍‌ ଦଳର ଶେଖର ସ୍ବାଇଁ। ରନରଅପ୍‌ ସମରସେଟ୍‌ ୩୦,୦୦୦ ଟଙ୍କା ସହ ଟ୍ରଫି ଏବଂ ଚାମ୍ପିୟନ ଶହୀଦନଗର ଦଳକୁ ୫୦,୦୦୦ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା। ଜିଲା ପରିଷଦ ସଭ୍ୟ ସୁବାସ ସୁନ୍ଦରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ବାସୁଆଘାଇ ସରପଞ୍ଚ ବିକ୍ରମ ସେଠୀ, କ୍ୟାପଡିଲ୍‌ ରୟାଲ୍ଟି କେୟାର ପ୍ରତିଷ୍ଠାତା ଶକ୍ତି ମିଶ୍ର, ମହେନ୍ଦ୍ର ସ୍ବାଇଁ କେଶୁରା, ବିନୋଦ ସ୍ବାଇଁ କେଶୁରା, ବୁଦ୍ଧଦେବ ବେହେରା କେଶୁରା, ଆର୍ତ୍ତ ପ୍ରଧାନ, କୃତାର୍ଥ ପ୍ରଧାନ, ବିଜୟ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ଅମ୍ପାୟର ରମେଶ ଦାସ୍‌ ଓ ତପନ ଭୋଳ ମ୍ୟାଚ୍‌ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri