ନୂଆ ରୂପରେ ଖୋଲିଲା ‘ଏକାମ୍ର ହାଟ’

ଭୁବନେଶ୍ୱର, ୩ା୧୦ (ବ୍ୟୁରୋ): କରୋନା କଟକଣା ଓ ନବୀକରଣ ପାଇଁ ବନ୍ଦ ରହିଥିବା ‘ଏକାମ୍ର ହାଟ’ ବର୍ଷକ ପରେ ନୂଆ ରୂପରେ ଶନିବାରଠାରୁ ଖୋଲିଛି। ରଙ୍ଗିନ ଆଲୋକମାଳା ଓ ସାଜସଜ୍ଜାରେ ହାଟ ଝଲସୁଛି। ହାଟକୁ ‘ଏକାମ୍ର କୁଟୀର’ ଓ ‘ଏକାମ୍ର ବଜାର’ ଭାବେ ଦୁଇଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଏକାମ୍ର କୁଟୀରରେ ୮ଟି କଳା ପ୍ରଦର୍ଶନ ଷ୍ଟଲ୍‌କୁ ମିଶାଇ ୫୦ଟି ଷ୍ଟଲ ରହିଥିବାବେଳେ ଏକ ଖୋଲା ଜାଗା ପରିବେଷ୍ଟିତ ‘ଏକାମ୍ର ବଜାର’ରେ ୩୩ ଷ୍ଟଲ ରହିଛି। ସମୁଦାୟ ୮୩ ଷ୍ଟଲ ମଧ୍ୟରୁ ୫୬ଟି ହସ୍ତଶିଳ୍ପ ପାଇଁ ଓ ୨୭ଟି ହସ୍ତତନ୍ତ ପାଇଁ ଉଦ୍ଦିଷ୍ଟ ଅଛି। ପରିଦର୍ଶକମାନେ ହସ୍ତଶିଳ୍ପୀ ଓ ବୁଣାକାରଙ୍କଦ୍ବାରା ହସ୍ତଶିଳ୍ପ ତଥା ହସ୍ତତନ୍ତର ପ୍ରତ୍ୟକ୍ଷ ପ୍ରଦର୍ଶନ ଦେଖି ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିପାରିବେ। ହାଟରେ ବୟନିକା, ଅମ୍ଳାନ, ସମ୍ବଲପୁରୀ ବସ୍ତ୍ରାଳୟ ଓ ଉତ୍କଳିକା ଆଦି ସଂସ୍ଥାର ଷ୍ଟଲ ଖୋଲାଯାଇଛି ା ଏହାବ୍ୟତୀତ ହାଟରେ ୧୦ଟି ସ୍ବତନ୍ତ୍ର ଜଳପାନ ଷ୍ଟଲ ରହିଛି। ଏଠାରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ସହିତ ଭାରତର ବିଭିନ୍ନ ପ୍ରାନ୍ତର ସୁସ୍ବାଦୁ ଖାଦ୍ୟମାନ ଗୋଟିଏ ଛାତତଳେ ଉପଲବ୍ଧ ହୋଇପାରୁଛି। ପରିଦର୍ଶକ, ଗ୍ରାହକଙ୍କ ସୁବିଧା ଓ ମନୋରଞ୍ଜନ ପାଇଁ ହାଟ ପରିସରରେ ସମ୍ମିଳନୀ କକ୍ଷ, ମୁକ୍ତାକାଶ ମଞ୍ଚ, ଏଟିଏମ୍‌, ପାର୍କିଂ ସ୍ଥଳ ଓ କିଓସ୍କ ଆଦିର ବ୍ୟବସ୍ଥା ରହିଛି।

ଗତବର୍ଷ ଅକ୍ଟୋବରରେ ଓଡ଼ିଶାରେ ଥିବା ଅର୍ବାନ୍‌ ହାଟଗୁଡ଼ିକର ପରିଚାଳନା ଦାୟିତ୍ବ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ନିଜ ହାତକୁ ନେଇଥିଲା। ଏହାପରେ ୟୁନିଟ୍‌-୩ସ୍ଥିତ ଏକାମ୍ର ହାଟକୁ କାରିଗର ଓ ବୁଣାକାରଙ୍କ ବ୍ୟବସାୟ ଉଦ୍ଦେଶ୍ୟରେ ନୂତନ ଭାବରେ ପ୍ରସ୍ତୁତ କରାଯାଇଛି। ଏକାମ୍ର ହାଟ ଏପରି ଗୋଟିଏ ସୁନ୍ଦର ପରିକଳ୍ପନା ଯେଉଁଠାରେ ଓଡ଼ିଶାର ପୁରାତନ ସଂସ୍କୃତି ଓ ପରମ୍ପରା ସହିତ ହସ୍ତଶିଳ୍ପ ଓ ହସ୍ତତନ୍ତ ତଥା ପାରମ୍ପରିକ ସୁସ୍ବାଦୁ ଖାଦ୍ୟକୁ ଉପଲବ୍ଧ କରାଯାଇ ପାରିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। କରୋନା କଟକଣାରେ ପ୍ରତ୍ୟେକ ଦିନ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ ହାଟ ଖୋଲା ରହିବ। ତେବେ ପାର୍ବଣକୁ ଦୃଷ୍ଟିରେ ରଖି ସରକାରଙ୍କ କୋଭିଡ୍‌ ନିୟମ ଅନୁଯାୟୀ ଆସନ୍ତା ୧୧ରୁ ୨୦ ତାରିଖ ପର୍ଯ୍ୟନ୍ତ ହାଟର ଖୋଲିବା ସମୟରେ ପରିବର୍ତ୍ତନ କରାଯିବ। ଏକାମ୍ର ହାଟର ପରିଚାଳନା ଦାୟିତ୍ବ, ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ଉପରେ ନ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri