Posted inଜାତୀୟ

ବିଧାନସଭାରେ କାନ୍ଦିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୪।୭: ମହାରାଷ୍ଟ୍ର ବିଧାନସଭାରେ ଗୁରୁବାର ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ଫ୍ଲୋର ଟେଷ୍ଟରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ବିଜୟ ହାସଲ କରିଛନ୍ତି। ୧୬୪ ଜଣ ବିଧାୟକ ଏକନାଥ ସିନ୍ଧେ ସରକାର ସପକ୍ଷରେ ମତ ଦେଇଛନ୍ତି। ଏଥି ସହିତ ତାଙ୍କ ବିରୋଧରେ ୯୯ ଭୋଟ ଦିଆଯାଇଥିଲା। ଏଥିପାଇଁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ମହାରାଷ୍ଟ୍ର ବିଧାନସଭାରେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଏହି ସମୟରେ, ଏକନାଥ ସିନ୍ଦେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ତାଙ୍କ ଦୁଇ ସନ୍ତାନଙ୍କ ବିଷୟରେ କହି ଭାବପ୍ରବଣ ହୋଇଥିଲେ। ସେ କହିଥିଲେ ଯେ, ଯେତେବେଳେ ମୋର ଦୁଇ ପିଲାଙ୍କର ମୃତ୍ୟୁ ଘଟିଥିଲା। ସେତେବେଳେ ମୁଁ ଭାବୁଥିଲି କାହା ପାଇଁ ବଞ୍ଚିବି, ଏଣିକି ମୁଁ ପରିବାର ସହିତ ରହିବି। ବରିଷ୍ଠ ଶିବସେନା ନେତା ଆନନ୍ଦ ଦିଘେ ମୋତେ ବୁଝାଇଥିଲେ। ଆଜି ମୁଁ ବାଲାସାହେବ ଠାକରେ ଏବଂ ଆନନ୍ଦ ଦିଘେଙ୍କ ଆଶୀର୍ବାଦରେ ସରକାର ଗଠନ କରିଛି। ମୋ ସହିତ ଗତ ୧୫ରୁ ୨୦ ଦିନ, ୪୦ ଶିବସେନା ବିଧାୟକ, ୧୧ ଜଣ ସ୍ବାଧୀନ ବିଧାୟକ, ଯେଉଁମାନେ ମୋ ଉପରେ ବିଶ୍ୱାସ କରି ଏତେ ବଡ଼ ନିଷ୍ପତ୍ତି ନେବାକୁ ସାହସ କରିଛନ୍ତି, ମୁଁ ସେମାନଙ୍କୁ ଧନ୍ୟବାଦ ଦେଉଛି। ମୁଁ ବିଶ୍ୱାସ କରିପାରୁ ନାହିଁ ଯେ, ମୁଁ ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଭାବରେ କହୁଛି, ଏହା ଏକ ଐତିହାସିକ ଘଟଣା। ଆମ ସହିତ ଅନେକ ମନ୍ତ୍ରୀ ଥିଲେ, ଯେଉଁମାନେ ସେମାନଙ୍କର ମନ୍ତ୍ରୀ ପଦ ଛାଡି ଆମ ସହିତ ଯୋଗ ଦେଇଥିଲେ। ଆମ ସହିତ ୫୦ ଜଣ ବିଧାୟକ ଆସିଥିଲେ। ମୋ ଭଳି ଜଣେ ସାଧାରଣ ଶିବସେନା ନେତାଙ୍କ ଉପରେ ବିଶ୍ୱାସ ରଖିଥିବାରୁ ମୁଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି।
ସୂଚନାଯୋଗ୍ୟ, ଏକ ଦୁର୍ଘଟଣାରେ ସିନ୍ଧେ ନିଜର ପୁଅ ଏବଂ ଝିଅକୁ ହରାଇଥିଲେ। ତାଙ୍କ ଆଖି ଆଗରେ ଏହି ଦୁର୍ଘଟଣା ଘଟିଥିଲା। ଏହାପରେ ସିନ୍ଧେ ଏକୁଟିଆ ହୋଇଯାଇଥିଲେ। ସେ ରାଜନୀତି ଛାଡି ଦେଇଥିଲେ। କିନ୍ତୁ ଆନନ୍ଦ ଦିଘେ ତାଙ୍କୁ ଅନେକ ବୁଝାସୁଝା କରିବା ପରେ ସେ ପୁଣି ରାଜନୀତି ମୈଦାନକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri