Posted inଜାତୀୟ

ଏକନାଥ ଶିନ୍ଦେ ଦଳ ପ୍ରକୃତ ଶିବସେନା: ମହାରାଷ୍ଟ୍ର ବାଚସ୍ପତିଙ୍କ ବଡ ରାୟ

ନୂଆଦିଲ୍ଲୀ,୧୦।୧: ମହାରାଷ୍ଟ୍ର ବାଚସ୍ପତି ବୁଧବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ତାଙ୍କ ଗୋଷ୍ଠୀ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ମାମଲାର ଶୁଣାଣି କରିଛନ୍ତି। ଦେଢ଼ବର୍ଷ ପୂର୍ବେ ୨୦ ଜୁନ୍ ୨୦୨୨ରେ ଏକନାଥ ଏବଂ ତାଙ୍କ ଗୋଷ୍ଠୀର ୩୯ ବିଧାୟକ ଶିବସେନାରେ ବିଦ୍ରୋହ ସୃଷ୍ଟି କରିଥିଲେ ଏବଂ ଭାଜପା ସହିତ ମିଶି ସରକାର ଗଠନ କରିଥିଲେ।

ଏହାପରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଦେବେନ୍ଦ୍ର ଫଡନାଭିସ୍ ଉପ ମୁଖ୍ୟମନ୍ତ୍ରୀ ହୋଇଥିଲେ। ବିରୋଧୀ ଦଳ ଆଇନ ଅନୁଯାୟୀ ବାଚସ୍ପତିଙ୍କୁ ପ୍ରଥମେ ନୋଟିସ୍ ଦେଇଥିଲେ। ଏହା ପରେ ସୁପ୍ରିମକୋର୍ଟରେ ପହଞ୍ଚି ଉଭୟ ଗୋଷ୍ଠୀ ପରସ୍ପରର ବିଧାୟକଙ୍କ ଅଯୋଗ୍ୟତା ଦାବିରେ ଆବେଦନ କରିଥିଲେ।

ଶୁଣାଣି କରିବା ସମୟରେ ବାଚସ୍ପତି ରାହୁଲ ନରୱେକର କହିଛନ୍ତି ଯେ ସଂଶୋଧିତ ୨୦୧୮ ସମ୍ବିଧାନ ନିର୍ବାଚନ ଆୟୋଗଙ୍କ ନିକଟରେ ରଖାଯାଇ ନ ଥିବାରୁ ଶିବସେନାର ୧୯୯୯ ସମ୍ବିଧାନକୁ ବିଚାରକୁ ନିଆଯିବା ଆବଶ୍ୟକ। ୧୯୯୯ ମସିହାରେ ଶିବସେନାର ସମ୍ବିଧାନ ପାର୍ଟି ମୁଖ୍ୟଙ୍କ ହାତରୁ କ୍ଷମତାର କେନ୍ଦ୍ରୀକରଣକୁ ହଟାଇ ଦେଇଥିଲା। ତେବେ, ୨୦୧୮ ରେ ସଂଶୋଧିତ ସମ୍ବିଧାନ କ୍ଷମତାକୁ ଦଳର ମୁଖିଆଙ୍କ ହାତକୁ ଫେରାଇ ଆଣିଛି।

ଏହାକୁ ଭିତ୍ତି କରି ବାଚସ୍ପତି କହିଛନ୍ତି ଯେ ଶିବସେନା ପ୍ରମୂଖ (ସଭାପତି) ହୋଇ ଉଦ୍ଧବ ଠାକରେ ବିଧାନସଭା ଦଳର ନେତା ଭାବରେ ଏକନାଥ ଶିନ୍ଦେଙ୍କୁ ହଟାଇବା କ୍ଷମତା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri