Posted inଜାତୀୟ

ଗୋଆ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ

ମୁମ୍ବାଇ,୨ ।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶନିବାର ଗୋଆ ପହଞ୍ଚିଛନ୍ତି । ଯେଉଁଠାରେ ଶିବସେନାର ସମସ୍ତ ଅସନ୍ତୁଷ୍ଟ ବିଧାୟକ ରହିଛନ୍ତି ସେହିଠାରେ ପହଞ୍ଚିଛନ୍ତି ସିନ୍ଧେ । ଏମାନେ ସମସ୍ତେ ସିନ୍ଧେଙ୍କ ସହ ମିଶି ଉଦ୍ଧବ ଠାକରେ ସରକାରକୁ ଭାଙ୍ଗି ଦେଇଛନ୍ତି । କୁହାଯାଉଛି କି ଏକନାଥ ସମସ୍ତ ବିଧାୟକଙ୍କୁ ସାଙ୍ଗରେ ଧରି ମୁମ୍ବାଇ ଫେରିବେ । ତେବେ ଏହା ପୂର୍ବରୁ ଏମାନଙ୍କର ଏକ ବୈଠକ ହୋଇପାରେ ବୋଲି କୁହାଯାଉଛି । ଏହା ପୂର୍ବରୁ ବି ଏକନାଥ ସିନ୍ଧେ ଗୋଆ ଯାଇଥିଲେ । ଏବେ ଫ୍ଲୋର ଟେଷ୍ଟ ଓ ବିଧାନସଭା ସ୍ପିକର ନିର୍ବାଚନ ପୂର୍ବରୁ ବିଧାୟକମାନେ ମୁମ୍ବାଇ ଫେରିବେ ।
ମିଳିଥିବା ସୂଚନା ଅନୁଯାୟୀ, ସିନ୍ଧେ ଗ୍ରୁପର ସମସ୍ତ ୫୦ ଜଣ ବିଧାୟକ ଦିନ ପ୍ରାୟ ୨ଟାରେ ଏକ ବିଶେଷ ଚାର୍ଟର ବିମାନରେ ମୁମ୍ବାଇ ଫେରିବେ । ଏହା ପୂର୍ବରୁ ଦିନ ୧୨ଟାରେ ବିଧାୟକ ଦୀପକ କେସରକର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଛନ୍ତି । ରବିବାର ଅର୍ଥାତ୍ ୩ ଜୁଲାଇରେ ବିଧାନସଭାର ବିଶେଷ ଅଧିବେଶନରେ ବିଧାନସଭା ସ୍ପିକର ନିର୍ବାଚନ ହେବ । ସେଥିପାଇଁ ସମସ୍ତ ୫୦ ବିଧାୟକ ଶନିବାର ମୁମ୍ବାଇ ଫେରି ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri