Posted inଜାତୀୟ

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର ଖବରଦାତା ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ କରିଥିବା ଫୋନ୍‌ କଲ୍‌ ବିଷୟରେ ଏକନାଥ ଶିନ୍ଦେ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହା ସ୍ପଷ୍ଟ କରିଥିଲି ଯେ ମୋ ଯୋଗୁ ମହାରାଷ୍ଟ୍ରରେ ସରକାର ଗଠନ ହେବାରେ କୌଣସି ଅସୁବିଧା ହେବ ନାହିଁ। ମୁଁ ପ୍ରଧାନମନ୍ତ୍ରୀ ମୋଦି-ଅମିତ ଶାହାଙ୍କ ନିଷ୍ପତ୍ତିକୁ ସମ୍ମାନ କରିବି।

ଶିନ୍ଦେ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦି ଏବଂ ଅମିତ ଶାହାଙ୍କୁ ଫୋନ୍‌ରେ କହିଥିଲି ଯେ ସରକାର ଗଠନ କରିବାରେ ଆମ ପକ୍ଷରୁ କୌଣସି ପ୍ରତିବନ୍ଧକ ନାହିଁ। ସିଏମ୍‌ ପଦ ପାଇଁ ଆପଣ ଯାହା ନିଷ୍ପତ୍ତି ନେବେ, ଆମେ ତାହାକୁ ଗ୍ରହଣ କରିବ। ଭାଜପା ହାଇକମାଣ୍ଡ ସିଏମ ପଦବୀ ପାଇଁ ଯାହାକୁ ଚୟନ କରିବେ, ଆମେ ସମ୍ପୂର୍ଣ୍ଣ ଭାବେ ସମର୍ଥନ କରିବୁ। ମୁଁ ଦୁଃଖିତ ନାହିଁ କି ରାଗି ନାହିଁ।

ଶିନ୍ଦେ ଆହୁରି କହିଛନ୍ତି, ମୁଁ ପ୍ରତ୍ୟେକ ମୁହୂର୍ତ୍ତରେ ଜନସାଧାରଣଙ୍କ ପାଇଁ କାମ କରିଛି। ପିଏମ ମୋଦି ଏବଂ ଅମିତ ଶାହା ମୋତେ ସବୁବେଳେ ସମର୍ଥନ କରିଆସିଛନ୍ତି। ଲୋକଙ୍କ ସ୍ବପ୍ନ ପୂରଣ କରିବାକୁ ମୋଦି-ଶାହାଙ୍କର ଶକ୍ତି ଅଛି। ସେ କହିଛନ୍ତି ଯେ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାଜପାରୁ ହେବେ। ଆମେ ସମସ୍ତେ ଏନଡିଏର ଅଂଶ ଅଟୁ ଏବଂ ରହିବୁ । ପ୍ରଧାନମନ୍ତ୍ରୀ ମୋଦି ଯାହା ନିଷ୍ପତ୍ତି ନେବେ ତାହାକୁ ଶିବସେନା ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri