Posted inଜାତୀୟ

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର ଖବରଦାତା ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ କରିଥିବା ଫୋନ୍‌ କଲ୍‌ ବିଷୟରେ ଏକନାଥ ଶିନ୍ଦେ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହା ସ୍ପଷ୍ଟ କରିଥିଲି ଯେ ମୋ ଯୋଗୁ ମହାରାଷ୍ଟ୍ରରେ ସରକାର ଗଠନ ହେବାରେ କୌଣସି ଅସୁବିଧା ହେବ ନାହିଁ। ମୁଁ ପ୍ରଧାନମନ୍ତ୍ରୀ ମୋଦି-ଅମିତ ଶାହାଙ୍କ ନିଷ୍ପତ୍ତିକୁ ସମ୍ମାନ କରିବି।

ଶିନ୍ଦେ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦି ଏବଂ ଅମିତ ଶାହାଙ୍କୁ ଫୋନ୍‌ରେ କହିଥିଲି ଯେ ସରକାର ଗଠନ କରିବାରେ ଆମ ପକ୍ଷରୁ କୌଣସି ପ୍ରତିବନ୍ଧକ ନାହିଁ। ସିଏମ୍‌ ପଦ ପାଇଁ ଆପଣ ଯାହା ନିଷ୍ପତ୍ତି ନେବେ, ଆମେ ତାହାକୁ ଗ୍ରହଣ କରିବ। ଭାଜପା ହାଇକମାଣ୍ଡ ସିଏମ ପଦବୀ ପାଇଁ ଯାହାକୁ ଚୟନ କରିବେ, ଆମେ ସମ୍ପୂର୍ଣ୍ଣ ଭାବେ ସମର୍ଥନ କରିବୁ। ମୁଁ ଦୁଃଖିତ ନାହିଁ କି ରାଗି ନାହିଁ।

ଶିନ୍ଦେ ଆହୁରି କହିଛନ୍ତି, ମୁଁ ପ୍ରତ୍ୟେକ ମୁହୂର୍ତ୍ତରେ ଜନସାଧାରଣଙ୍କ ପାଇଁ କାମ କରିଛି। ପିଏମ ମୋଦି ଏବଂ ଅମିତ ଶାହା ମୋତେ ସବୁବେଳେ ସମର୍ଥନ କରିଆସିଛନ୍ତି। ଲୋକଙ୍କ ସ୍ବପ୍ନ ପୂରଣ କରିବାକୁ ମୋଦି-ଶାହାଙ୍କର ଶକ୍ତି ଅଛି। ସେ କହିଛନ୍ତି ଯେ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାଜପାରୁ ହେବେ। ଆମେ ସମସ୍ତେ ଏନଡିଏର ଅଂଶ ଅଟୁ ଏବଂ ରହିବୁ । ପ୍ରଧାନମନ୍ତ୍ରୀ ମୋଦି ଯାହା ନିଷ୍ପତ୍ତି ନେବେ ତାହାକୁ ଶିବସେନା ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri