Posted inଜାତୀୟ

କାମାକ୍ଷା ମନ୍ଦିରରେ ପୂଜାର୍ଚ୍ଚନା କଲେ ଏକନାଥ: ମହାରାଷ୍ଟ୍ରର ଶାନ୍ତି-ଖୁସି ପାଇଁ କଲେ ପ୍ରାର୍ଥନା

ଗୁଆହାଟି,୨୯।୬: ମହାରାଷ୍ଟ୍ରରେ ଲାଗିରହିଥିବା ରାଜନୈତିକ ଅସ୍ଥିତରତା ମଧ୍ୟରେ ଗୁରୁବାର ଫ୍ଲୋର ଟେଷ୍ଟ ହୋଇପାରେ। ତେବେ ମୁମ୍ବାଇ ଯିବା ପୂର୍ବରୁ ବୁଧବାର ଗୁହାଆଟିର କାମାକ୍ଷା ମନ୍ଦିରରେ ଶିବନେତାର ବିଦ୍ରୋହୀ ଦଳର ନେତା ଏକନାଥ ସିନ୍ଧେ ପୂଜାର୍ଚ୍ଚନା କରିଛନ୍ତି। ମହାରାଷ୍ଟ୍ରର ଶାନ୍ତି ଓ ଖୁସି ପାଇଁ ସେ ମା’ଙ୍କୁ ପ୍ରାର୍ଥନା କରିଛନ୍ତି ବୋଲି ଏକନାଥ କହିଛନ୍ତି। ଏହି ସମୟରେ ମନ୍ଦିରର ପରିଚାଳନା କମିଟି ମଧ୍ୟ ତାଙ୍କୁ ସ୍ବାଗତ କରିଥିଲେ। ସୂଚନାଯୋଗ୍ୟ, ଗୁରୁବାର ମହାରାଷ୍ଟ୍ରରେ ଶକ୍ତି ପରୀକ୍ଷା ହେବ। ଏଥିପାଇଁ ଏକନାଥ ଗୁରୁବାର ମୁମ୍ବାଇ ଗସ୍ତ କରି ସମସ୍ତ ପ୍ରକ୍ରିୟା ପାଳନ କରିବେ। ଏକନାଥ ଦାବି କରିଛନ୍ତି ଯେ, ତାଙ୍କ ନିକଟରେ ୫୦ଜଣ ବିଧାୟକଙ୍କ ସମର୍ଥନ ରହିଛି। ମୁମ୍ବାଇ ଫେରି ସେ ବାଲାସାହେବ ଠାକରେଙ୍କ ଉତ୍ତରାଧିକାରୀକୁ ଆଗକୁ ବଢ଼ାଇବେ ବୋଲି କହିଛନ୍ତି। ସୂଚନା ମୁତାବକ, ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଆରମ୍ଭ ହେବାଠାରୁ ବିଦ୍ରୋହୀ ବିଧାୟକମାନେ ଗୁଆହାଟୀର ଏକ ହୋଟେଲରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri