Posted inଖେଳ

ଏକତା ବିଷ୍ଟଙ୍କୁ ୭ ଉଇକେଟ

ମୁମ୍ବାଇ,୨୧ା୧୦: ଭାରତୀୟ ଦଳର ସ୍ପିନର ତଥା ଉତ୍ତରାଖଣ୍ଡ ଦଳର ଅଧିନାୟିକା ଏକତା ବିଷ୍ଟ ସିନିୟର ମହିଳା ଟି ୨୦ରେ କ୍ୟାରିୟର ଶ୍ରେଷ୍ଠ ବୋଲିଂ ଫିଗର ହାସଲ କରିଛନ୍ତି। ଝାଡଖଣ୍ଡ ବିପକ୍ଷ ମ୍ୟାଚରେ ହ୍ୟାଟ୍ରିକ ସହିତ ମାତ୍ର ୮ ରନ୍‌ ବ୍ୟୟ କରି ଏକତା ୭ ଉଇକେଟ ଅକ୍ତିଆର କରିଥିଲେ। ଉତ୍ତରାଖଣ୍ଡ ମାତ୍ର ୧୦୭ ରନ୍‌ କରିଥିବା ବେଳେ ଝାଡଖଣ୍ଡ ୯୭ ରନରେ ଅଲଆଉଟ ହୋଇ ଯାଇଥିଲା। ନିଜ ସ୍ପେଲର ଅନ୍ତିମ ୩ ବଲରେ ୩ ଉଇକେଟ ସହିତ ହ୍ୟାଟ୍ରିକ ଅର୍ଜନ କରିଥିଲେ ଏକତା। ଝାଡଖଣ୍ଡ ୫୨ ରନରେ ଦୁଇ ଉଇକେଟ ହରାଇ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିଷ୍ଟ ନିଜ ବୋଲିଂ ଯାଦୁ ଦେଖାଇଥିଲେ। ପ୍ରଥମ ସ୍ପେଲରେ ୩ ଉଇକେଟ ନେଇଥିବା ବିଷ୍ଟ ଦ୍ୱିତୀୟ ସ୍ପେଲରେ ହ୍ୟାଟ୍ରିକ ସହିତ ୪ ଉଇକେଟ ନେଇଥିଲେ। ୯୪ ରନରେ ଦଳ ୬ ଉଇକେଟ ହରାଇଥିବା ବେଳେ ସମାନ ସ୍କୋରରେ ୪ ଉଇକେଟ ନେଇ ଉତ୍ତରାଖଣ୍ଡକୁ ବିଜୟୀ କରିଥିଲେ ବିଷ୍ଟ। ୩୬ ବର୍ଷୀୟ ବିଷ୍ଟ ଭାରତ ପାଇଁ ୬୩ ଦିନିକିଆ, ୪୨ ଟି୨୦ ଓ ୧ ଟେଷ୍ଟ ଖେଳି ଯଥାକ୍ରମେ ୯୮, ୫୩ ଓ ୩ ଉଇକେଟ ନେଇଛନ୍ତି। ଏହା ବ୍ୟତୀତ ସେ ୨୦୧୭ ଦିନିକିଆ ବିଶ୍ୱକପ ଖେଳିଥିବା ଦଳର ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?