Posted inରାଜ୍ୟ

ଏଲ୍‌‌ ନିନୋ ଦୁର୍ବଳ ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା: ପାଣିପାଗ ବିଭାଗର ଅନୁମାନ

ଭୁବନେଶ୍ୱର,୨।୩: ଚଳିତ ବର୍ଷ ଏଲ୍‌‌ ନିନୋ ଧୀରେ ଧୀରେ ଦୁର୍ବଳ ହେଉଥିବାରୁ ଚଳିତ ବର୍ଷ ମୌସୁମୀ ବର୍ଷା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ହେଲେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଅଧିକ ରହିବାର ସମ୍ଭାବନା ଅଛି ପୂର୍ବାନୁମାନ କରାଯାଇଛି। ଚଳିତମାସରୁ ମଇମାସ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ । ଅପ୍ରେଲ୍‌‌ ମାସରେ ଟାଣଖରା ଏବଂ ତାତି ଅଧିକ ହେବ ବୋଲି ଅନୁମାନ କରାଯାଇଛି ।

ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଅନୁଗୁଳ, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ମାଲକାନାଗିରି ଏବଂ କୋରାପୁଟ ଜିଲାରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ ଲାଇନ୍‌‌ ଜାରି କରାଯାଇଛି । ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କ ପାଇଁ କର୍ତ୍ତୃପକ୍ଷ ପିଇବା ପାଣି, ଆବଶ୍ୟକସ୍ଥଳେ ଓଆର୍‌‌ଏସ୍‌‌ ବ୍ୟବସ୍ଥା କରିବା ପାଇଁ କୁହାଯାଇଛି ।

ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଏବଂ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବା ସହିତ ଅଂଶୁଘାତଜନିତ ମୃତ୍ୟୁ ନ ଘଟିବା ପାଇଁ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହ ମୁକାବିଲାରେ ପ୍ରମୁଖ ଭୂମିକା ନିର୍ବାହ କରୁଥିବା ସ୍ୱାସ୍ଥ୍ୟ, ପାନୀୟ ଜଳ, ପ୍ରାଣୀ ସମ୍ପଦ ଆଦି ସମ୍ପୃକ୍ତ ବିଭାଗ ଗୁଡ଼ିକୁ ପ୍ରସ୍ତୁତ ଓ ସଜାଗ ରହିବା ପାଇଁ ଜିଲ୍ଲାପାଳମାନଙ୍କ ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri