Posted inଜାତୀୟ

ବିଆରଏସଙ୍କ ମନିଫେଷ୍ଟୋରେ ଉପହାର ବର୍ଷା, ୨ ବିଏଚକେ ଘର, ୪୦୦ ଟଙ୍କାରେ ସିଲିଣ୍ଡର, ୫ ଲକ୍ଷର ବୀମା

ହାଇଦ୍ରାବାଦ,୧୫।୧୦:  ତେଲଙ୍ଗାନାରେ ଘୋଷଣା ହୋଇ ସାରିଛି ବିଧାନସଭା ନିର୍ବାଚନ ତାରିଖ। ଏହି ତାରିଖ ଘୋଷଣା ହେବା ପରେ ଶାସକ ଦଳ ଭାରତ ରାଷ୍ଟ୍ର ସମିତି (ବିଆରଏସ) ରବିବାର ନିଜର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି। ବିଆରଏସ ମନିଫେଷ୍ଟୋରେ ଜନସାଧାରଣଙ୍କୁ ଅନେକ ଜନପ୍ରିୟ ପ୍ରତିଶୃତି ଦିଆଯାଇଛି।

ମନିଫେଷ୍ଟୋରେ ବିଆରଏସ ସମସ୍ତ ଯୋଗ୍ୟ ପରିବାରକୁ ୪୦୦ଟଙ୍କାରେ ଗ୍ୟାସ ସିଲିଣ୍ଡର ଯୋଗାଇବାକୁ ପ୍ରତିଶୃତି ଦେଇଛି। ମନିଫେଷ୍ଟୋରେ କୁହାଯାଇଛି ଯେ ରାୟଥୁ ବନ୍ଧୁ ଯୋଜନା ଅଧୀନରେ ପାର୍ଟି ଧୀରେ ଧୀରେ ୧୦,୦୦୦ ରୁ ୧୬,୦୦୦ ଟଙ୍କାକୁ ବୃଦ୍ଧି କରିବ।
ମନିଫେଷ୍ଟୋ ପ୍ରକାଶ କରି ବିଆରଏସ ମୁଖ୍ୟ କେ ଚନ୍ଦ୍ରଶେଖର ରାଓ (କେସିଆର) କହିଛନ୍ତି ଯେ ଭିନ୍ନକ୍ଷମଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ୬,୦୦୦ଟଙ୍କାକୁ ବୃଦ୍ଧି କରାଯିବ। ଏହା ବ୍ୟତୀତ ତେଲଙ୍ଗାନାର ୯୩ ଲକ୍ଷ ବିପିଏଲ ପରିବାର କେସିଆର ବୀମା ଯୋଜନା ଅଧୀନରେ ୫ ଲକ୍ଷ ଟଙ୍କାର ବୀମା ପାଇବେ।
ବିଆରଏସ ପରିବାର ପ୍ରତି ୧୦ଲକ୍ଷ ଟଙ୍କା ଅନୁଦାନର ‘ଦଳିତ ବନ୍ଧୁ’ ଯୋଜନା ମଧ୍ୟ ଜାରି ରଖିବ। ମନିଫେଷ୍ଟୋ ଅନୁଯାୟୀ, କେସିଆର ଆରୋଗ୍ୟ ରକ୍ଷା ଯୋଜନା ଏବଂ ଅରୋଗ୍ୟଶ୍ରୀ ଭୀମ ଯୋଜନାର କଭରେଜ ୧୫ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri