ସାନଭାଇଙ୍କ ଆତ୍ମହତ୍ୟା ଖବର ପାଇ ବଡଭାଇ କଲେ ଏମିତି

ଧର୍ମଗଡ,୯।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପ୍ରଥମେ ସାନ ଭାଇ ଆତ୍ମହତ୍ୟା କରିଥିବା ବେଳେ ବଡ ଭାଈ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ମୃତ ସାନ ଭାଇ ହେଲେ ଲିଙ୍ଗ ଗହୀର। ବଡ଼ ଭାଈ ରବିନ ଗହୀର ଗୁରୁତର ଅବସ୍ଥାରେ ଭବାନୀପାଟଣା ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଶୁକ୍ରବାର ରାତିରେ କୌଣସି କାରଣକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହାକୁ ନେଇ ସାନ ଭାଇ ଘରୁ ସାଇକେଲ ନେଇ ବାହାରିଯାଇ ନିଜ ଚାଷ ଜମିରେ ଏକ ଗଛରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିଲେ। ସେ ଘରକୁ ନ ଆସିବାରୁ ଘର ଲୋକ ଖୋଜାଖୋଜି କରି ସେ ଆତ୍ମହତ୍ୟା କରିଥିବା ଜାଣିବାକୁ ପାଇଥିଲେ। ଏହି ଘଟଣା ସମ୍ପର୍କରେ ବଡ଼ ଭାଇ ଶୁଣିବା ପରେ ସେ ମଧ୍ୟ ଘରେ କିରୋସିନି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପରେ ସେ ଗୁରୁତର ହେବାରୁ ପ୍ରଥମେ ଧର୍ମଗଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଓ ପରେ ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏ ସମ୍ପର୍କରେ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri