ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇର ମୃତ୍ୟୁ ହୋଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

ସୂଚନା ଅନୁସାରେ, ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାର୍ବତ୍ୟାଞ୍ଚଳର ଗୋରଠା ଗ୍ରାମରେ ଦୁଇ ଭାଇଙ୍କ ମଧ୍ୟରେ କୌଣସି କାରଣରୁ ଉଭୟଙ୍କ ଗଣ୍ଡଗୋଳ ହୋଇଥିଲା। ହଠାତ ସାନ ଭାଇ ଉତ୍ତ୍ୟକ୍ତ ହୋଇ ଟାଙ୍ଗିଆରେ ବଡଭାଇକୁ ହାଣିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ବଡ଼ ଭାଇର ମୃତ୍ୟୁ ହୋଇଥିଲା । ମୃତକ ଜଣକ ଗୁଲଟା ଜାକାସିକା ବୋଲି ଜଣାପଡିଛି। ତେବେ ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ସାନଭାଇ ଆଦୁ ଜାକାସିକା ଘଟଣା ଘଟାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି।

ଖବରପାଇ ଏସଡିପିଓ ସନ୍ତୋଷୀନି ଓରାମ, ମୁନିଗୁଡା ଥାନା ଅଧିକାରୀ କେଶବ ଷଡ଼ଙ୍ଗୀ, ଏସାଇ ମନୋରଞ୍ଜନ ବିଶ୍ୱାଳ ଓ ହୋମଗାର୍ଡ କମାଣ୍ଡାଣ୍ଟ ସନ୍ତୋଷ କୁମାର ପାଢ଼ୀ ପ୍ରମୁଖଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛନ୍ତି । ଏହି ଘଟଣାରେ ମୁନିଗୁଡା ଥାନା କେଶ ନମ୍ବର ୧୨୬/୨୬ ରେ ଏକ ମାମଲା ରୁଜୁକରି ହତ୍ୟାକାରୀ ସାନ ଭାଇକୁ ପୋଲିସ ଖୋଜୁଥିବା ସହ ଅଧିକ ତଦନ୍ତ ଆରମ୍ଭ କରିବା ଥିବା ନେଇ ପୋଲିସ ଥାନା ସୁତ୍ରରୁ ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୀ ସେନାର ଅତ୍ୟାଚାର: ପ୍ରଦର୍ଶନକାରୀଙ୍କ ଉପରକୁ ଡ୍ରୋନରୁ ଗୁଳିଚାଳନା, ୩ ମୃତ

ଇସଲାମାବାଦ,୫।୧୧: ପାକିସ୍ତାନ ଅଧିକୃତ କଶ୍ମୀରରେ, ପାକିସ୍ତାନୀ ସେନା ସ୍ଥାନୀୟ ଜନସାଧାରଣଙ୍କ ଉପରେ କ୍ରମାଗତ ଭାବେ ଅତ୍ୟାଚାର ଚଳାଇଛି। ଗୁରୁବାର ସକାଳ ୫ଟା ସମୟରେ, ଡ୍ରୋନଗୁଡ଼ିକ ହଠାତ ଲୋକଙ୍କ…

ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍‌ ଆଗରେ ଚାଷୀଙ୍କ ଧାରଣା!

ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ…

ଆଦର୍ଶ ବିଦ୍ୟାଳୟରୁ ବାଦ୍‌ ପଡ଼ିଲା ୪୨ ମୌଜା ପିଏମ୍‌ ବାଲୁଙ୍କେଶ୍ୱର ବିଦ୍ୟାପୀଠ

କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ…

ବଡ଼ ଖବର: ସୂର୍ଯ୍ୟକୁମାର ଯାଦବ ପୁଣିଥରେ ଅଧିନାୟକ ଭାବେ ଫେରିବେ…

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏକ ଦୀର୍ଘ ବିରତି ପରେ କ୍ରିକେଟକୁ ଫେରିବାକୁ ଯାଉଛନ୍ତିଏଥର ସେ ଅଧିନାୟକ ଭାବରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ୨୦୨୬…

ଗିଡ଼ିପାବାଲି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଲା, ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ…

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ…

IND vs NZ: ଦ୍ୱିତୀୟ ଦିନିକିଆରେ ମାତ୍ର ଗୋଟିଏ ରନ ସଂଗ୍ରହ କରି ବଡ଼ ରେକର୍ଡ ଭାଙ୍ଗିବେ ବିରାଟ କୋହଲି…

ନୂଆଦିଲ୍ଲୀ,୫।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତର ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଖରେ ଆଉ ଏକ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ମାତ୍ର ଗୋଟିଏ…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…

ବିଳାସପୂର୍ଣ୍ଣ ଫ୍ଲାଟ କିଣି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଏହି କ୍ରିକେଟର, ଦାମ ଜାଣିଲେ…

ନୂଆଦିଲ୍ଲୀ,୫।୧୧: ଅଜିଙ୍କ୍ୟ ରାହାଣେଙ୍କ ପତ୍ନୀ ରାଧିକା ମୁମ୍ବାଇରେ ମୋଟ ୨୪.୭୫ କୋଟି ଟଙ୍କା ମୂଲ୍ୟର ଦୁଇଟି ଆଲିସାନ ଫ୍ଲାଟ କିଣିଛନ୍ତି। ଆନ୍ତର୍ଜାତୀୟ ଏବଂ ଲିଗ କ୍ରିକେଟରୁ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?