ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ ସାନ ଭାଇ ଲୁହା ପାଇପରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଶୁଶୀଲ ପଣ୍ଡା (୬୦)। ଏହି ଘଟଣା ସମଗ୍ର ଭେଡେନ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଶୁଶୀଲଙ୍କୁ ତାଙ୍କ ସାନ ଭାଇ ଅଶ୍ୱିନୀ ପଣ୍ଡା ଏକ ଲୁହା ପାଇପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ଶୁଶୀଲଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ହତ୍ୟାରେ ବ୍ୟବହୃତ ଲୁହା ପାଇପକୁ ଜବତ କରିଛି। ଏହି ଘଟଣାରେ ଅଭିଯୁକ୍ତ ଅଶ୍ୱିନୀ ପଣ୍ଡାଙ୍କୁ ପୋଲିସ ଗିରଫ କରିଛି।ମୃତ ଶୁଶୀଲ ପଣ୍ଡାଙ୍କ ସ୍ତ୍ରୀଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାର କାରଣ ଓ ଅନ୍ୟାନ୍ୟ ଦିଗ ନେଇ ଅଧିକ ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Share