ଝିଆରୀଙ୍କୁ ବଞ୍ଚାଇବାକୁ ଯାଇ ବଡବାପାଙ୍କ ଜୀବନ ଗଲା: କକା ଗୁରୁତର

ପାଟଣା,୨୫।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ଗ୍ରାମର ତଣ୍ଡିଆ ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଝିଆରୀ ଲୁଗା ଶୁଖାଉଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିବାବେଳେ ତାଙ୍କୁ ବଞ୍ଚାଇବାକୁ ଯାଇ ବଡବାପାଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଦୁର୍ଯ୍ୟୋଧନ ବେହେରା । ଝିଆରୀ ଅଞ୍ଜଳି ବେହେରା ଓ ତାଙ୍କ କକା ଦୁଃଶାସନ ବେହେରା ଗୁରୁତର ଅଛନ୍ତି।
ସୂଚନାଯୋଗ୍ୟ ଯେ, ସୋମବାର ସକାଳୁ ଅଞ୍ଜଳି ଘର ବାହାରେ ଥିବା ତାରରେ ଲୁଗା ଶୁଖାଉ ଥିବା ସମୟରେ ଜିଆଇ ତାରଟି କୌଣସି କାରଣରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ଯାଇଥିଲା। ଏହା ଦେଖି ବଡବାପା ଓ କକା ଅଞ୍ଜଳିଙ୍କୁ ବଞ୍ଚାଇବାକୁ ଯାଇଥିବା ସମୟରେ ବଡବାପାଙ୍କ ମୃତ୍ୟୁ ହୋଇଥିଲା। ଝିଆରୀ ଓ କକା ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri