ଏକମାତ୍ର ପୁଅ ଚାଲିଯିବା ପରେ ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନାହିଁ, ଆବେଦନ କରି ବି ମିଳୁନି ଆବାସ…

ମୋହନା,୧ା୧୧(ମନ୍ମଥ ମିଶ୍ର)- ପରିଣତ ବୟସରେ ସାହା ହେବାକୁ କେହି ନାହିଁ। ଘରଟିଏ ନ ଥିବାରୁ ଆଶ୍ରୟ ନେଇଛନ୍ତି ଗାଁ କୋଠଘରେ। ଆବେଦନ କରି ମଧ୍ୟ ଏଯାଏ ମିଳିନି ତାଙ୍କୁ ଆବାସ ଯୋଜନାରେ ଘର ଖଣ୍ଡିଏ। ଏପରି ଅବହେଳାର ଶିକାର ହୋଇଥିବା ଦମ୍ପତ୍ତି ହେଲେ ଗଜପତି ଜିଲା ମୋହନା ବ୍ଲକ ଜିରାଙ୍ଗ ପଞ୍ଚାୟତ ଅନ୍ତର୍ଗତ ବୁରୁପଦା ଗାଁର କରୁଣା (୭୫) ଓ ଚନ୍ଦ୍ରମା (୭୦)। ବହୁ ଓଷାବ୍ରତ କରି ପାଇଥିବା ପୁଅଟି ଅକାଳରେ ଚାଲିଗଲା। ଅସହାୟ ଅବସ୍ଥାରେ ଦିନ କାଟୁଥିବା ଏହି ବୃଦ୍ଧ ଦମ୍ପତିଙ୍କୁ ଏବେ ଦି’ ଓଳି ଦି’ମୁଠା ଖାଇବାକୁ ଦେବାକୁ ନିଜର ବୋଲି କେହିନାହିଁ। ଭତ୍ତା ଟଙ୍କାତକ ଉଭୟଙ୍କ ଭରସା। କରୁଣା ରହିବା ପାଇଁ ତିଆରି କରିଥିବା କୁଡ଼ିଆ ଘରଟି ଗତ ତିତିଲି ବାତ୍ୟାରେ ଭାଙ୍ଗିରୁଜି ନଷ୍ଟ ହୋଇଯାଇଥିଲା। ସେବେଠାରୁ ଏପର୍ଯ୍ୟନ୍ତ ଏହି ଭଙ୍ଗା ଦଦରା ଘରେ ବୃଦ୍ଧ ଦମ୍ପତି ରହି ଆସୁଛନ୍ତି l ଘର ଖଣ୍ଡେ ପାଇଁ ଗ୍ରାମର କେତେ ଜଣ ଗ୍ରାମବାସୀ ପଞ୍ଚାୟତ, ବ୍ଲକ ଏବଂ ଜିଲାପାଳଙ୍କୁ ଜଣାଇଥିଲେ ମଧ୍ୟ କେହି ଶୁଣିନାହାନ୍ତି। ଏଯାଏ କରୁଣାଙ୍କୁ ଆବାସ ଯୋଜନାରେ ଘରଟିଏ ମିଳିନାହିଁ। କେବେ କରୁଣାଙ୍କ ପ୍ରତି ପ୍ରଶାସନର କରୁଣା ହେବ ବୋଲି ଗ୍ରାମବାସୀ ପ୍ରଶ୍ନ ଉଠାଇଛନ୍ତି। ପିଇଓ ଦିଲେଶର ଦଳାଇଙ୍କୁ ଏ ସମ୍ପର୍କରେ ପଚାରିବାରୁ ସେ କହିଲେ, କରୁଣାଙ୍କୁ ଅନ୍ତୋଦୋୟ ଆବାସ ଯୋଜନାରେ ସାମିଲ କରାଯାଇଛି। ଖୁବ୍‌ ଶୀଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇ ତାଙ୍କ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri