ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ. KM 03 MY 0165) ଧକ୍କାରେ ଜଣେ ବୃଦ୍ଧ ଚାଷୀଙ୍କ ପ୍ରାଣହାନି ଘଟିଛି। ମୃତ ଚାଷୀ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ୍ ପୁରୁଣା ମଳାଭଞ୍ଜା ଗ୍ରାମର କିଶୋର ଚନ୍ଦ୍ର ଗୌଡ଼ (୬୦)।

ସୂଚନା ଅନୁସାରେ, କିଶୋର ନିଜ ସାଇକେଲରେ ସାର ବସ୍ତା ବୋଝେଇ କରି ଚାଲି ଚାଲି ରାସ୍ତା ପାର ହେଉଥିବା ସମୟରେ ବ୍ରହ୍ମପୁରରୁ ତପ୍ତପାଣି ଅଭିମୁଖେ ଦ୍ରୁତଗତିରେ ଯାଉଥିବା ଏକ କାର୍ ତାଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। ଘଟଣାପରେ ଗୁରୁତର ଆହତ କିଶୋରଙ୍କୁ ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏ ନେଇ ମୃତ କିଶୋରଙ୍କ ପୁଅ ସୋମନାଥ ଗୌଡ଼ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ. ୩୬୯/୨୬ ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ମନୋଜ ସିଂ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ଶେଷ ହେବା ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ପୋଲିସ ଦୁର୍ଘଟଣାଗ୍ରସ୍ତ କାରକୁ ଜବତ କରିବା ସହ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ଗଣେଶ ନଗର ଅଞ୍ଚଳର କାର୍ ଚାଳକ ଇଂ. ଜ୍ୟୋତି ରଞ୍ଜନ ପାଲଙ୍କୁ ଗିରଫ କରିଥିଲା। ପରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ର ଧାରା ୩୫(୩) ଅନୁଯାୟୀ ନୋଟିସ୍ ଦେଇ କୋର୍ଟରେ ହାଜର ହେବା ସର୍ତ୍ତରେ ତାଙ୍କୁ ଜାମିନରେ ଛଡ଼ାଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା

ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍‌ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri