ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ ସହ ଜମିବାଡ଼ିକୁ କେନ୍ଦ୍ର କରି ଜଣେ ୭୬ ବର୍ଷୀୟ ଆଦିବାସୀ ବୃଦ୍ଧଙ୍କୁ ଜାତିଗତ ଆକ୍ଷେପ ସହ ନିର୍ମମ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ବୁର୍ଲା ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୃଦ୍ଧଙ୍କ ମୃତ୍ୟୁ ପରେ, ଆଜି ଉତ୍ତ୍ୟକ୍ତ ଗ୍ରାମବାସୀ ଓ ପରିବାର ଲୋକେ ଅଭିଯୁକ୍ତମାନଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ ଶବ ରଖି ପ୍ରତିବାଦ କରିଛନ୍ତି।

ସୂଚନା ଅନୁଯାୟୀ, ଗତ ମେ ୨୫ ତାରିଖ ଦିନ ବିରିକୋଟ ଗ୍ରାମର ନକୁଳ ନାଏକ (୭୬) କେନ୍ଦୁପଡ଼ା ଗ୍ରାମକୁ ବୋହଲେନ୍ ଯାତ୍ରା ଦେଖିବାକୁ ଯାଇଥିଲେ। ସେଠାରେ ପୂର୍ବରୁ ଧାର ନେଇଥିବା ୫୦୦ ଟଙ୍କା ମାଗିବାରୁ ଗ୍ରାମର ସବାନାଥ ନାଏକ, ତାଙ୍କ ପତ୍ନୀ ମୁକ୍ତା ନାଏକ ଏବଂ ଝିଅ ତରୁଣୀ ନାଏକ ମିଶି ଗୋଷ୍ଠୀବଦ୍ଧ ଭାବେ ନକୁଳଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । ଅଭିଯୋଗ ମୁତାବକ, ଅଭିଯୁକ୍ତମାନେ ବୃଦ୍ଧଙ୍କୁ ଜାତିଆଣ ଆକ୍ଷେପ କରିବା ସହ ତଳେ ପକାଇ ତାଙ୍କ ମର୍ମସ୍ଥଳୀକୁ ନିର୍ମମ ଭାବେ ଚିପି ଦେଇଥିଲେ ଏବଂ ଗୋଇଠା, ବିଧା ମାରି ଗୁରୁତର ଆହତ କରିଥିଲେ। ସ୍ଥାନୀୟ ଲୋକେ ଓ ମୃତକଙ୍କ ଝିଅ ବାସନ୍ତୀ ଘଟଣାସ୍ଥଳରୁ ତାଙ୍କ ଉଦ୍ଧାର କରିଥିଲେ। ଗୁରୁତର ବୃଦ୍ଧଙ୍କୁ ଗତ ମେ’ ୨୮ ତାରିଖ ଦିନ ପ୍ରଥମେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ସକାଳେ ନକୁଳଙ୍କ ମୃତ୍ୟୁ ଘଟିଥିଲା। ଆଜି ବୁଧବାର ବୁର୍ଲାରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକେ ମୃତଦେହ ଧରି ଗାଁକୁ ଫେରୁଥିଲେ। ଅଭିଯୁକ୍ତମାନେ ଗିରଫ ହୋଇନଥିବାରୁ ମୃତଦେହ ଧରି ଫେରିବା ସମୟରେ ପରିବାର ଓ ଶତାଧିକ ଗ୍ରାମବାସୀ ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶବ ରଖି କିଛି ସମୟ ବିକ୍ଷୋଭ ପ୍ରଦର୍ଶନ କରିଥିଲେ, ପୋଲିସ ତୁରନ୍ତ ଦୋଷୀମାନଙ୍କୁ କାବୁ କରି ଦୃଢ଼ ଆଇନଗତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରୁ ବୋଲି ସେମାନେ ଗଣମାଧ୍ୟମ ଆଗରେ ଦାବି କରିଛନ୍ତି । ଏ ସମ୍ପର୍କରେ ଥାନା ଅଧିକାରୀ କୈବଲ୍ୟ ସେଠ୍‌ଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଅଭିଯୁକ୍ତମାନେ ପୋଲିସ ନଜରରେ ଅଛନ୍ତି । ଖୁବ୍ ଶୀଘ୍ର ସେମାନଙ୍କୁ ଗିରଫ କରାଯିବା ସହ ଦୃଢ଼ ଆଇନଗତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ପୋଲିସର ଏହି ପ୍ରତିଶ୍ରୁତି ପରେ ଥାନା ସମ୍ମୁଖରୁ ବିକ୍ଷୋଭ ହଟିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି । ସୂଚନାଯୋଗ୍ୟ, ଏହି ଘଟଣାରେ ମୃତକଙ୍କ ପତ୍ନୀ ଦ୍ରୌପଦୀ ନାଏକ (୭୦) ଗତ ମେ’ ୨୯ ରିଖରେ ଲିଖିତ ଏତଲା ଦେଇଥିଲେ। ପୋଲିସ ବିଏନ୍ଏସର ବିଭିନ୍ନ ଧାରାରେ କେସ୍ ନମ୍ବର ୮୭/୨୬ ରେ ମାମଲା ରୁଜୁ କରି ସବ୍-ଇନ୍ସପେକ୍ଟର ସୁଶାନ୍ତ ପଣ୍ଡାଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri