ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମର ଡ୍ରିଙ୍ଗୁଳା ନାୟକ।

ମିଳିଥିବା ସୂଚନା ଅନୁଯାୟୀ, ଡ୍ରିଙ୍ଗୁଳା ନିଜ ଗ୍ରାମର ୫୯ ନମ୍ବର ଜାତୀୟ ରାଜପଥରେ ପାଦରେ ଚାଲି ଚାଲି ଯାଉଥିବା ସମୟରେ ଦାରିଙ୍ଗବାଡ଼ି ପଟୁ ବାଲିଗୁଡ଼ା ଅଭିମୁଖେ ଯାଉଥିବା ଏକ ମିନିଟ୍ରକ (ନଂ. OD-02-CX-5474) ତାଙ୍କୁ ଧକ୍କା ଦେଇଥିଲା। ଘଟଣା ପରେ ଗାଡ଼ିଟି ସେଠାରୁ ଦ୍ରୁତ ଗତିରେ ଫେରାର ହୋଇଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ପରିବାରବର୍ଗଙ୍କୁ ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷରେ, ଦୁର୍ଘଟଣା ଘଟାଇ ପଳାଉଥିବା ମିନିଟ୍ରକକୁ ଅଟକାଇବା ପାଇଁ ଆଗାମୀ ଡାବୁଲୁମାହା ଗ୍ରାମର ଲୋକେ ଉଦ୍ୟମ କରିଥିଲେ। ଏହି ସମୟରେ ଭୟଭୀତ ହୋଇ ଚାଳକ ଜଣକ ଅନ୍ୟ ଏକ ରାସ୍ତାରେ ଯାଇ ସାରେଜୁ ଗ୍ରାମ ନିକଟରେ ଏକ ଗଛକୁ ଧକ୍କା ଦେଇଥିଲେ ଏବଂ ଗାଡ଼ିଟି ସେଠାରେ ଛାଡ଼ି ଚମ୍ପଟ ମାରିବାକୁ ଚେଷ୍ଟା କରିଥିଲେ। ପରେ ପୋଲିସ ସୂତ୍ରରୁ ପ୍ରକାଶ ଯେ, ଗଛକୁ ଧକ୍କା ଦେବା ଫଳରେ ଚାଳକ ମଧ୍ୟ ଗୁରୁତର ଆହତ ହୋଇ ବର୍ତ୍ତମାନ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।

ଦାରିଙ୍ଗବାଡ଼ି ପୋଲିସ ଦୁର୍ଘଟଣାଗ୍ରସ୍ତ ମିନିଟ୍ରକକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ସଂଗ୍ରାମ କେଶରୀ ଜେନା ପ୍ରକାଶ କରିଛନ୍ତି। ତେବେ ଏହାକୁ ନେଇ ପରିବାର ପକ୍ଷରୁ କୌଣସି ଲିଖିତ ଅଭିଯୋଗ ହୋଇନଥିବାରୁ ପୋଲିସ ପକ୍ଷରୁ ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri