ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ମଦ୍ୟପଙ୍କ କୁରାଢ଼ି ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣକ ହେଉଛନ୍ତି ତୋଣ୍ଡ ଗ୍ରାମର ଅଯୋଧ୍ୟା ନାୟକ। ତାଙ୍କୁ ପ୍ରଥମେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ସ୍ଥିତ ଧରଣୀଧର ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ବୁଧବାର ରାତିରେ ଅଯୋଧ୍ୟା ଗାଁର ପୁତୁଲୁ ମୁଣ୍ଡାଙ୍କ ଘରେ ବସିଥିବା ସମୟରେ, ସେହି ଗ୍ରାମର ବାଲ୍ମୀକି ନାଏକ ଜାମୁଳେଇବେଡ଼ା ସାପ୍ତାହିକ ହାଟରୁ ମଦ ପିଇ ଆସି ତାଙ୍କ ସହ ଯୁକ୍ତିତର୍କ କରିଥିଲେ। ବଚସା ଉଗ୍ରରୂପ ନେବାରୁ ବାଲ୍ମୀକି ଏକ କୁରାଢ଼ିରେ ଅଯୋଧ୍ୟାଙ୍କ ମୁଣ୍ଡକୁ ଅତର୍କିତ ଆକ୍ରମଣ କରିଥିଲେ। ଆକ୍ରମଣରେ ଅଯୋଧ୍ୟା ରକ୍ତଜୁଡ଼ୁବୁଡ଼ୁ ହୋଇ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ସହାୟତାରେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।

ଅନ୍ୟପଟେ ଡାକ୍ତରଖାନାର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବାର ଚିତ୍ର ପଏଲା ପଡ଼ିଛି। ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଗୁରୁତର ରୋଗୀଙ୍କ ସିଲାଇ (ସିଲାଇ କାମ) ପାଇଁ ପ୍ରାଥମିକ ସାମଗ୍ରୀ ଛୁଞ୍ଚି ଓ ସୂତା ଉପଲବ୍ଧ ନ ଥିଲା। ଚିକିତ୍ସା କରୁଥିବା ଡାକ୍ତର ଅଭିଷେକ ସାହୁ ମାନବିକତା ଦେଖାଇ ନିଜେ ବାହାର ମେଡିସିନ୍ ଦୋକାନରୁ ଛୁଞ୍ଚି-ସୂତା କିଣି ଆଣି ଗୁରୁତର ବୃଦ୍ଧଙ୍କ ପ୍ରାଥମିକ ଚିକିତ୍ସା କରିଥିଲେ। ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ

ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା)…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri