ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଝରିପଦର ଗ୍ରାମର କେ. ଶାଶୁଲୁ ରେଡ୍ଡୀ(୭୫)।

ବଜାପଲ୍ଲୀ ଗାଁ ଛକରେ ବୃଦ୍ଧାଙ୍କ ପୁଅ ଘରକରି ରହୁଛନ୍ତି। ବୃଦ୍ଧା ଜଣକ ପୁଅ ଘରକୁ ବୁଲିବାକୁ ଆସିଥିଲେ। ରବିବାର ସେ ଗାଁକୁ ଯିବାପାଇଁ ବସ୍‌କୁ ଅପେକ୍ଷା କରିଥିଲେ। ବସ୍‌ ଦିଗପହଣ୍ଡିରୁ ଭାୟା ଗୋକର୍ଣ୍ଣପୁର ଦେଇ ବି. ତୁରୁବୁଡ଼ି ଗାଁକୁ ଯାଉଥିବା ବେଳେ ବସ୍‌ ବୃଦ୍ଧାଙ୍କୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣାଗସ୍ତ ବସ୍‌କୁ ଘଟଣାସ୍ଥଳରେ ଲୋକେ ଅଟକ ରଖିଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଖବର ପାଇ ଦିଗପହଣ୍ଡି ଥାନା ଏଏସ୍‌ଆଇ କହ୍ନେଇ ର୍ମିଦ୍ଧା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ବସ୍‌କୁ ଜବତ କରି ଥାନାକୁ ନେଇ ଥିଲେ। ପରେ ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିଛି। ସୋମବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri